୮ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

0 98

ଭୁବନେଶ୍ୱର ୪ ।୮: ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହୋଇଥିବାରୁ ଏହାର ପ୍ରଭାବରେ ଆସନ୍ତା ୮ ତାରିଖ ଯାଏଁ ରାଜ୍ୟରେ ରହିବା ବୋଲି ଭୂବନେଶ୍ୱର ପାଣିପାଗ ବିଭଗ ପକ୍ଷରୁ ସୂଚନା ଦିଆଯାଇଛି । ଏ ନେଇ ରାଜ୍ୟର କେନ୍ଦ୍ରାପଡା, ଜଗତସିଂହପୁର, କଟକ, ଅନୁଗୋଳ, ଦେବଗଡ, କୋରାପୁଟ, ନବରଙ୍ଗପୁର ଓ କଳାହାଣ୍ଡି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆଜି ଓ ଆସନ୍ତାକାଲି ଲଘୁଚାପ ପ୍ରଭାବରେ ୪୦ରୁ ୫୦ କି.ମି. ବେଗରେ ପବନ ବହିବାର ସମ୍ଭାବନା ଥିବାରୁ ମତ୍ସ୍ୟଜିବୀମାନେ ସମୁଦ୍ର ଭିତରକୁ ନଯିବା ପାଇଁ ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଇଦିଆଯାଇଛି । ଗତ କାଲି ସଂଧ୍ୟାରୁ ଉପକୂଳ ଓ ଆଭ୍ୟନ୍ତରୀଣ ଓଡିଶାରେ ବର୍ଷା ହୋଇଥିବା ବେଳେ ଆଜି ମଧ୍ୟ ମଧ୍ୟାହ୍ନରେ ବିଭିନ୍ନ ଜିଲ୍ଲାରେ ବର୍ଷା ହୋଇଛି । ପାଗ ମେଘୁଆ ରହିବା ସହିତ ଝିପିଝିପି ବର୍ଷା ଲାଗି ରହିଛି । ଏଭଳି ପାଗ ଆସନ୍ତା ୮ ତାରିଖ ପର୍ଯ୍ୟନ୍ତ ରହିବ ଓ ତାପମାତ୍ର ହ୍ରାସ ପାଇବ ବୋଲି କୁହାଯାଇଛି ।

hiranchal ad1
Leave A Reply

Your email address will not be published.

1 × four =