ରାଜ୍ୟରେ ପୁଣି ୧୫୨୮ କରୋନା ପଜିଟିଭ ଚିହ୍ନଟ, ୧୪ ମୃତ

0 165

ଭୁବନେଶ୍ୱର : ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୧୫୨୮ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୭୪୫୫ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ୍‌ ଯୋଗେ ସୂଚନା ପ୍ରଦାନ କରାଯାଇଛି । ସେହିପରି ଆଜି ରାଜ୍ୟରେ ଆଉ ୧୪ଜଣଙ୍କ କରୋନା ଜନିତ ମୃତ୍ୟୁ ହୋଇଛି । ମୃତ ୧୪ ଜଣଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୬ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ, ନୟାଗଡ ଜିଲ୍ଲାରୁ ୩ ଜଣ, ରାୟଗଡା, ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଆଜିର ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ଚିହ୍ନଟ ୨୮୬କୁ ବୃଦ୍ଧି ପାଇଛି । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୪୮ଜଣ କ୍ୱାରେଣ୍ଟାଇନ୍‌ରେ ରହିଥିବା ବେଳେ ୫୮୦ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୮ଜଣ, ବାଲେଶ୍ୱର ଜିଲ୍ଲାରୁ ୪୩ଜଣ, ବରଗଡ଼ ଜିଲ୍ଲାରୁ ୧୦ଜଣ, ଭଦ୍ରକ ଜିଲ୍ଲାରୁ ୭୦ଜଣ, ବଲାଙ୍ଗୀର ଜିଲ୍ଲାରୁ ୫୯ଜଣ, ବୌଦ୍ଧ ଜିଲ୍ଲାରୁ ୭ଜଣ, କଟକ ଜିଲ୍ଲାରୁ ୭୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୦୭ଜଣ, ଗଜପତି ଜିଲ୍ଲାରୁ ୩୧ଜଣ, ଗଞ୍ଜାମ ଜିଲ୍ଲାରୁ ୨୩୩ଜଣ, ଜଗତସିଂହପୁର ଜିଲ୍ଲାରୁ ୨୨ଜଣ, ଯାଜପୁର ଜିଲ୍ଲାରୁ ୩୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୯ଜଣ, କଳାହାଣ୍ଡି ଜିଲ୍ଲାରୁ ୩୧ଜଣ, କନ୍ଧମାଳ ଜିଲ୍ଲାରୁ ୧୭ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୭ଜଣ, କେନ୍ଦୁଝର ଜିଲ୍ଲାରୁ ୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୧୮ଜଣ, କୋରାପୁଟ ଜିଲ୍ଲାରୁ ୬୭ଜଣ, ମାଲକାନଗିରି ଜିଲ୍ଲାରୁ ୩୮ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୨୩ଜଣ, ନୟାଗଡ଼ ଜିଲ୍ଲାରୁ ୩୨ଜଣ, ନୂଆପଡ଼ା ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୨୬ଜଣ, ରାୟଗଡ଼ା ଜିଲ୍ଲାରୁ ୨୭ଜଣ, ସମ୍ବଲପୁର ଜିଲ୍ଲାରୁ ୧୬୮ଜଣ, ସୋନପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୨୬ଜଣ ରହିଛନ୍ତି ।ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ୪୭୪୫୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୫୩୩୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୧୭୮୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୬୬୯୨୬୬ଟି ସାମ୍ପୁଲ ଟେଷ୍ଟ୍‌ ହୋଇଛି ।

hiranchal ad1
Leave A Reply

Your email address will not be published.

ten + 19 =