ଭୁବନେଶ୍ୱର : ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତ ସଂଖ୍ୟା ହୁ ହୁ ହୋଇ ବଢି ଚାଲିଛି । ୨୪ ଘଣ୍ଟା ମଧ୍ୟରେ ୧୩୪୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୮୭୯୬ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ସେହିପରି ଆଜି ଆଉ ୧୦ଜଣ ଜୀବନ ଯାଇଛି କରୋନା ରୋଗରେ । ମୃତ ୧୦ ଜଣଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୩ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ, ବାଲେଶ୍ୱର, ପୁରୀ, ରାୟଗଡା, ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮୧୮ଜଣ କ୍ୱାରେଣ୍ଟାଇନ୍ରେ ରହିଥିବା ବେଳେ ୫୨୩ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ଅନୁଗୁଳ ଜିଲ୍ଲାରୁ ୪ଜଣ, ବାଲେଶ୍ୱର ଜିଲ୍ଲାରୁ ୫୪ଜଣ, ବରଗଡ଼ ଜିଲ୍ଲାରୁ ୫୬ଜଣ, ଭଦ୍ରକ ଜିଲ୍ଲାରୁ ୮୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୭ଜଣ, ବୌଦ୍ଧ ଜିଲ୍ଲାରୁ ୧୦ଜଣ, କଟକ ଜିଲ୍ଲାରୁ ୭୬ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୪ଜଣ, ଗଜପତି ଜିଲ୍ଲାରୁ ୨୦ଜଣ, ଗଞ୍ଜାମ ଜିଲ୍ଲାରୁ ୨୨୭ଜଣ, ଗଜତସିଂହପୁର ଜିଲ୍ଲାରୁ ୧୬ଜଣ, ଯାଜପୁର ଜିଲ୍ଲାରୁ ୧୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୬୭ଜଣ, କଳାହାଣ୍ଡି ଜିଲ୍ଲାରୁ ୨୫ଜଣ, କନ୍ଧମାଳ ଜିଲ୍ଲାରୁ ୧୬ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୭ଜଣ, କେନ୍ଦୁଝର ଜିଲ୍ଲାରୁ ୨୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୧୮ଜଣ, କୋରାପୁଟ ଜିଲ୍ଲାରୁ ୪୫ଜଣ, ମାଲକାନଗିରି ଜିଲ୍ଲାରୁ ୧୭ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୯ଜଣ, ନବରଙ୍ଗପୁର ଜିଲ୍ଲାରୁ ୬ଜଣ, ନୟାଗଡ଼ ଜିଲ୍ଲାରୁ ୫୭ଜଣ, ନୂଆପଡ଼ା ଜିଲ୍ଲାରୁ ୭ଜଣ, ପୁରୀ ଜିଲ୍ଲାରୁ ୧୬ଜଣ, ରାୟଗଡ଼ା ଜିଲ୍ଲାରୁ ୭୫ଜଣ, ସମ୍ବଲପୁର ଜିଲ୍ଲାରୁ ୨୬ଜଣ, ସୋନପୁର ଜିଲ୍ଲାରୁ ୧୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୯୧ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୪୮୭୯୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୫୪୨୭ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୩୦୨୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୬୯୨୩୦୧ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।