ସାଢେ ୩ ଲକ୍ଷ ମୁହାଁ ଦେଶର ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ୨୭୬୭ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

0 69

ନୂଆଦିଲ୍ଲୀ : ଦିନକୁ ଦିନ କରୋନା ସ୍ଥିତି ଭୟଙ୍କର ହେଲାଣି । ଆଜି ପୁଣି ରେକର୍ଡ ଭାଙ୍ଗିଛି କରୋନା । ଦେଶରେ ହୁତୁହୁତୁ ହୋଇ କରୋନା ଆକ୍ରାନ୍ତ ସଂଖ୍ୟା ବଢିଚାଲିଛି । ମହାରାଷ୍ଟ୍ର, ଗୁଜରାଟ, ମଧ୍ୟପ୍ରଦେଶ ସମେତ ଅନେକ ରାଜ୍ୟରେ ଲକଡାଉନ୍‌, ନାଇଟ୍ କର୍ଫ୍ୟୁ ଆଦି ଲାଗିଥିଲେ ମଧ୍ୟ ସଂକ୍ରମଣ ଥମୁନାହିଁ । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩ ଲକ୍ଷ ୪୯ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨୭୬୭ଜଣଙ୍କ ମୃତ୍ୟୁ ହୋଇଛି ।
ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୩ ଲକ୍ଷ ୪୯ ହଜାର ୬୯୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୨୭୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୨୭୬୭ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୬୯ ଲକ୍ଷ ୬୦ହଜାର ୧୭୨ରେ ପହଞ୍ଚିଛି ।
ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୧ ଲକ୍ଷ ୯୨ ହଜାର ୩୧୧ରେ ପହଞ୍ଚିଛି । ସମୁଦାୟ ଆରୋଗ୍ୟ ସଂଖ୍ୟା ୧ କୋଟି ୪୦ ଲକ୍ଷ ୮୫ ହଜାର ୧୧୦ରେ ପହଁଚିଛି । ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୨୬୮୨୭୫୧ ।

hiranchal ad1
Leave A Reply

Your email address will not be published.

four × 3 =