ଭୁବନେଶ୍ୱର : ସ୍ଥଳ ଭାଗକୁ ଆଡ଼କୁ ମାଡ଼ି ଆସୁଛି ବାତ୍ୟା ୟାସ୍ । ଆଜି ଅପରାହ୍ନରେ ଭେରି ସିଭିୟର୍ ସାଇକ୍ଲୋନିକ ଷ୍ଟର୍ମରେ ପରିଣତ ହେବାର ସମ୍ଭାବନା ଅଛି । ଏହା ଅତି ଭୀଷଣକାୟ ରୂପ ଧରି ୨୬ ତାରିଖ ସକାଳେ ଚାନ୍ଦବାଲି ଓ ଧାମରା ବନ୍ଦର ନିକଟରେ ପହଞ୍ଚିବ । ମଧ୍ୟାହ୍ନ ସୁଦ୍ଧା ବାତ୍ୟା ଏହି ଅଂଚଳ ଅତିକ୍ରମ କରିବ । ଭାରତୀୟ ପାଣିପାଗ ବିଭାଗର ସଦ୍ୟତମ ବୁଲେଟନ୍ ଅନୁସାରେ ଏହା ପାରାଦୀପରୁ ୩୬୦ କିଲୋମିଟର ଦକ୍ଷିଣ ଓ ଦକ୍ଷିଣ-ପୂର୍ବ ଏବଂ ବାଲେଶ୍ୱରରୁ ୪୬୦ କିଲୋମିଟର ଦୂରରେ ରହିଛି । ଧାମରା ପାଖରେ ବାତ୍ୟା ୟାସ ସ୍ଥଳଭାଗ ଅତିକ୍ରମ କରିବ । ୨୬ ତାରିଖ ମଧ୍ୟାହ୍ନରେ ୟାସ ସ୍ଥଳଭାଗ ଅତିକ୍ରମ କରିବ । ଏନେଇଆଇଏମ୍ଡି ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି ।