ବରିଷ୍ଠ ସାମ୍ବାଦିକ ବସନ୍ତ ଦାସଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

0 101

ଭୁବନେଶ୍ୱର,୨୯/୫- ବରିଷ୍ଠ ସାମ୍ବାଦିକ ବସନ୍ତ ଦାସଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ତାଙ୍କ ଶୋକବାର୍ତ୍ତାରେ କହିଛନ୍ତି ଯେ ସ୍ୱର୍ଗତ ଦାସ ଜଣେ ସ୍ତମ୍ଭକାର ତଥା ରାଜନୈତିକ ବିଶ୍ଳେଷକ ଭାବରେ ସୁନାମ କରିଥିଲେ । ଅର୍କଶତାବ୍ଦୀରୁ ଅଧିକ ସମୟ ଧରି ସେ ସାମ୍ବାଦିକତା ବୃତ୍ତିରେ ସକ୍ରିୟ ରହିଥିଲେ । ସାହିତ୍ୟ ଓ ସାମ୍ବାଦିକତା ଷେତ୍ରରେ ତାଙ୍କର ଅବଦାନ ପାଇଁ ସେ ସ୍ମରଣୀୟ ରହିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇବା ସହ ପରଲୋକଗତ ଆତ୍ମାର ସଦ୍‌ଗତି କାମନା କରିଛନ୍ତି । ବିଶିଷ୍ଟ ସ୍ତମ୍ଭକାର, ଲେଖକ ତଥା ସାମ୍ବାଦିକ ବସନ୍ତ ଦାସଙ୍କ ବିୟୋଗରେ ରାଜ୍ୟ ଜଳ ସଂପଦ, ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ଶ୍ରୀ ରଘୁନନ୍ଦନ ଦାସ ଗଭୀର ଶୋକ ବ୍ୟକ୍ତ କରିଛନ୍ତି । ସ୍ୱର୍ଗତ ଦାସଙ୍କ ବିୟୋଗ ସାହିତ୍ୟ ତଥା ସାମ୍ବାଦିକତା ଜଗତର ଅପୂରଣୀୟ କ୍ଷତି ବୋଲି ମନ୍ତ୍ରୀ କହିବା ସହିତ ସ୍ୱର୍ଗତ ଅମର ଆତ୍ମାର ସଦଗତି କାମନା କରିଛନ୍ତି ଏବଂ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ଗଭୀର ସମବେଦନା ଜଣାଇଛନ୍ତି ।

hiranchal ad1
Leave A Reply

Your email address will not be published.

12 − nine =