ରାଜ୍ୟରେ ରେକର୍ଡ କରୋନା ମୃତ୍ୟୁ, ଦିନକରେ ୪୦ ଜୀବନ ଗଲା

0 164

ଭୁବନେଶ୍ୱର: ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେକରୋନା ଜନିତ ମୃତ୍ୟୁସଂଖ୍ୟା କମିବାର ନାଁ ନେଉନି । ଗତ ୨୪ ଘଣ୍ଟା ମଧ୍ୟରେ ୮୩୯୯ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୦ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୮୩୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ମୃତକଙ୍କ ମଧ୍ୟରୁ ଅନୁଗୁଳ, କଟକ, ଖୋର୍ଦ୍ଧା ଓ କଳାହାଣ୍ଡି ଜିଲ୍ଲାରୁ ୫ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଝାରସୁଗୁଡାରୁ ୪, ବୌଦ୍ଧ ଓ ରାୟଗଡାରୁ ୩ ଜଣ ଲେଖାଏଁ ରହିଛନ୍ତି । ସେହିପରି ସମ୍ବଲପୁର ଓ ନବରଙ୍ଗପୁର, ଦେଓଗଡରୁ ୨ ରହିଥିବା ବେଳେ ବାଲେଶ୍‌ବର, ଢେଙ୍କାନାଳ, ଯାଜପୁର, ମାଲକାନଗିରିରୁ ଜଣେ ରହିଛନ୍ତି ।

hiranchal ad1
Leave A Reply

Your email address will not be published.

nine + five =