ନୂଆଦିଲ୍ଲୀ : ଆଇଏମଡି ଯାହା ପୂର୍ବାନୁମାନ କରିଥିଲା ତାହା ସତ ହୋଇଛି । ଗୁରୁବାର ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁଛି । କେରଳର ଦକ୍ଷିଣାଞ୍ଚଳକୁ ମୌସୁମୀ ଛୁଇଁଥିବା ଆଇଏମଡି ପକ୍ଷରୁ ସୂଚନା ଦିଆଯାଇଛି । ମୌସୁମୀ ଆଜି କେରଳ ଛୁଇଁବ ବୋଲି ଆଇଏମଡି ପୂର୍ବାନୁମାନ କରିଥିଲା । ତେବେ କେରଳ ଛୁଇଁବାର ୧୦/୧୨ ଦିନ ପରେ ମୌସୁମୀ ଓଡ଼ିଶା ଛୁଇଁବ ବୋଲି ଆଇଏମଡି ପକ୍ଷରୁ ପ୍ରକାଶ ।ରଜ ଆଡ଼କୁ ରାଜ୍ୟରେ ମୌସୁମୀ ବର୍ଷା ଆରମ୍ଭ ହେବ ବୋଲି ପୂର୍ବାନୁମାନ କରାଯାଉଛି ।