ଭୁବନେଶ୍ୱର : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ କିନ୍ତୁ କରୋନା ଜନିତ ମୃତ୍ୟୁସଂଖ୍ୟା କମିବାର ନାଁ ନେଉନି । ଗତ ୨୪ ଘଣ୍ଟା ମଧ୍ୟରେ ୭୭୨୯ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୯୧୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬ ଜଣ, ଅନୁଗୁଳ, ଝାରସୁଗୁଡା, କଳାହାଣ୍ଡି, ରାୟଗଡା ଓ ସୁନ୍ଦରଗଡ଼ରୁ ୩ ଜଣ ଲେଖାଏଁ, ବୌଦ୍ଧ, କଟକ, ଦେବଗଡ, ଗଜପତି ଓ ଗଞ୍ଜାମରୁ ୨ ଜଣ ଲେଖାଏଁ, ବଲାଙ୍ଗିର, ଢେଙ୍କାନାଳ, ଜଗତସିଂହପୁର, କେନ୍ଦ୍ରାପଡା, ମୟୂରଭଞ୍ଜ ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି ।
ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୪୪୯ଜଣ, ବାଲେଶ୍ୱର ଜିଲ୍ଲାରୁ ୪୨୬ଜଣ, ବରଗଡ଼ ଜିଲ୍ଲାରୁ ୧୮୯ଜଣ, ଭଦ୍ରକ ଜିଲ୍ଲାରୁ ୨୮୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୬୧ଜଣ, ବୌଦ୍ଧ ଜିଲ୍ଲାରୁ ୧୨୮ଜଣ, କଟକ ଜିଲ୍ଲାରୁ ୭୨୦ଜଣ, ଦେଓଗଡ଼ ଜିଲ୍ଲାରୁ ୭୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୨୫୨ଜଣ, ଗଜପତି ଜିଲ୍ଲାରୁ ୬୮ଜଣ, ଗଞ୍ଜାମ ଜିଲ୍ଲାରୁ ୧୫୩ଜଣ, ଜଗତସିଂହପୁର ଜିଲ୍ଲାରୁ ୨୫୫ଜଣ, ଯାଜପୁର ଜିଲ୍ଲାରୁ ୩୮୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୭୧ଜଣ, କଳାହାଣ୍ଡି ଜିଲ୍ଲାରୁ ୧୬୭ଜଣ, କନ୍ଧମାଳ ଜିଲ୍ଲାରୁ ୫୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୨୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୦୬୨ଜଣ, କୋରାପୁଟ ଜିଲ୍ଲାରୁ ୧୮୫ଜଣ, ମାଲକାନଗିରି ଜିଲ୍ଲାରୁ ୧୦୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୪୪୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୨୧୯ଜଣ, ନୟାଗଡ଼ ଜିଲ୍ଲାରୁ ୨୧୯ଜଣ, ନୂଆପଡ଼ା ଜିଲ୍ଲାରୁ ୪୮ଜଣ, ପୁରୀ ଜିଲ୍ଲାରୁ ୩୩୩ଜଣ, ରାୟଗଡ଼ା ଜିଲ୍ଲାରୁ ୩୧୦ଜଣ, ସମ୍ବଲପୁର ଜିଲ୍ଲାରୁ ୧୬୧ଜଣ, ସୋନପୁର ଜିଲ୍ଲାରୁ ୬୧ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୭୦ଜଣ, ଷ୍ଟେଟ୍ ପୁଲ୍ରୁ ୧୮୮ଜଣ ରହିଛନ୍ତି ।
Sign in
Sign in
Recover your password.
A password will be e-mailed to you.