ଗଜପତି,୪/୬- ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଠାରେ ଜିଲ୍ଲା କଂଗ୍ରେସ ପକ୍ଷରୁ ଜିଲ୍ଲା କଂଗ୍ରେସ କମିଟି ସଭାପତି ତଥା ମୋହନା ବିଧାୟକ ଦାଶରଥି ଗୋମଙ୍ଗଙ୍କ ନେତୃତ୍ୱରେ ମାନ୍ୟବର ଭାରତର ରାଷ୍ଟ୍ରପତିଙ୍କୁ ଏକ ସ୍ମାରକପତ୍ର ଜିଲ୍ଲାପାଳଙ୍କ ଜରିଆରେ ପ୍ରଦାନ କରାଯାଇଛି । କୋଭିଡ ଟୀକା ସାଧାରଣ ଲୋକଙ୍କୁ ଶୀଘ୍ର ଦେବା ଉଦ୍ଦେଶ୍ୟରେ ଏହି ସ୍ମାରକପତ୍ର ପ୍ରଦାନ କରାଯାଇଛି । ଏହି କାର୍ଯ୍ୟକ୍ରମ ପ୍ରଦେଶ କଂଗ୍ରେସ ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ନିର୍ଦ୍ଦେଶ ଅନୁସାରେ ଏହି କାର୍ଯ୍ୟକ୍ରମ ଆରମ୍ଭ ହୋଇଛି । ଏହି ଅବସରରେ କଂଗ୍ରେସ କର୍ମୀମାନେ ଉପସ୍ଥିତ ଥିଲେ । ବର୍ତ୍ତମାନ କୋଭିଡ ନିୟମ ଅନୁସାରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।