ଭୁବନେଶ୍ୱର : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ କରୋନା ଜନିତ ମୃତ୍ୟୁସଂଖ୍ୟା କମିବାର ନାଁ ନେଉନି । ଗତ ୨୪ ଘଣ୍ଟା ମଧ୍ୟରେ ୭୦୦୨ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୯୯୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ମୃତକଙ୍କ ମଧ୍ୟରୁ ଅନୁଗୁଳ, କଟକ, ଖୋର୍ଦ୍ଧାରୁ ୪ ଜଣ ଲେଖାଏଁ ରହିଥିବା ବେଳେ ବୌଦ୍ଧ, ଦେବଗଡ, କଳାହାଣ୍ଡି, ଝାରସୁଗୁଡାରୁ ୩ ଲେଖାଏଁ ରହିଛନ୍ତି । ସେହିପରି ଗଜପତି, ଜଗତସିଂହପୁର, ମୟୁରଭଞ୍ଜ, ରାୟଗଡା, ସୁନ୍ଦରଗଡରୁ ୨ ଲେଖାଏଁ ରହିଥିବା ବେଳେ ପୁରୀ, ନୂଆପଡା, ମାଲକାନଗିରି, କନ୍ଧମାଳ, ଯାଜପୁର, ଗଞ୍ଜାମ, ବରଗଡରୁ ଜଣେ ଲେଖାଏଁ ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୩୩୮ଜଣ, ବାଲେଶ୍ୱର ଜିଲ୍ଲାରୁ ୩୩୧ଜଣ, ବରଗଡ଼ ଜିଲ୍ଲାରୁ ୧୧୭ଜଣ, ଭଦ୍ରକ ଜିଲ୍ଲାରୁ ୨୬୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୮୯ଜଣ, ବୌଦ୍ଧ ଜିଲ୍ଲାରୁ ୧୩୪ଜଣ, କଟକ ଜିଲ୍ଲାରୁ ୭୭୧ଜଣ, ଦେଓଗଡ଼ ଜିଲ୍ଲାରୁ ୬୪ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୦୬ଜଣ, ଗଜପତି ଜିଲ୍ଲାରୁ ୪୮ଜଣ, ଗଞ୍ଜାମ ଜିଲ୍ଲାରୁ ୭୪ଜଣ, ଜଗତସିଂହପୁର ଜିଲ୍ଲାରୁ ୨୩୨ଜଣ, ଯାଜପୁର ଜିଲ୍ଲାରୁ ୪୮୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୯୭ଜଣ, କଳାହାଣ୍ଡି ଜିଲ୍ଲାରୁ ୧୦୩ଜଣ, କନ୍ଧମାଳ ଜିଲ୍ଲାରୁ ୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୮୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୧୬୭ଜଣ, କୋରାପୁଟ ଜିଲ୍ଲାରୁ ୧୫୮ଜଣ, ମାଲକାନଗିରି ଜିଲ୍ଲାରୁ ୯୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩୭୦ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୯୮ଜଣ, ନୟାଗଡ଼ ଜିଲ୍ଲାରୁ ୧୯୬ଜଣ, ନୂଆପଡ଼ା ଜିଲ୍ଲାରୁ ୨୮ଜଣ, ପୁରୀ ଜିଲ୍ଲାରୁ ୩୦୬ଜଣ, ରାୟଗଡ଼ା ଜିଲ୍ଲାରୁ ୨୨୨ଜଣ, ସମ୍ବଲପୁର ଜିଲ୍ଲାରୁ ୧୦୭ଜଣ, ସୋନପୁର ଜିଲ୍ଲାରୁ ୫୯ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୪୩ଜଣ, ଷ୍ଟେଟ୍ ପୁଲ୍ରୁ ୨୦୭ଜଣ ରହିଛନ୍ତି ।
Sign in
Sign in
Recover your password.
A password will be e-mailed to you.
Prev Post