ଭୁବନେଶ୍ୱର: ଉପକୂଳ ଓ ଏହା ସଂଲଗ୍ନ ଜିଲ୍ଲାଗୁଡ଼ିକରେ ଗୁରୁବାର ବିକ୍ଷିପ୍ତ ସ୍ୱଳ୍ପ ବର୍ଷା ହେବାର ସମ୍ଭାବନା ଅଛି । ସେହିପରି ୧୮ ଓ ୧୯ ତାରିଖରେ ଘୂର୍ଣ୍ଣିବଳୟ ପ୍ରଭାବରେ ସାରା ରାଜ୍ୟରେ ବର୍ଷା ହେବ ବୋଲି ପାଣିପାଗବିତ୍ ପୂର୍ବାନୁମାନ କରିଛନ୍ତି । ୨୦ରୁ ପାଗ ବଦଳିବ । କାଁ ଭାଁ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ହେବା ସହିତ ପାଗ ଶୁଖିଲା ରହିବ ।
୧୮ ଓ ୧୯ରେ ମୟୂରଭଞ୍ଜ, କେନ୍ଦୁଝର, ଅବିଭକ୍ତ ବଲାଙ୍ଗୀର, ଅବିଭକ୍ତ ସମ୍ବଲପୁର, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ୧୭ରେ ସମଗ୍ର ଉପକୂଳ ଓ ସଂଲଗ୍ନ ଜିଲ୍ଲାଗୁଡିକରେ ବିକ୍ଷିପ୍ତ ସ୍ୱଳ୍ପ ବର୍ଷା ହୋଇପାରେ ବୋଲି ସେ ପୂର୍ବାନୁମାନ କରିଛନ୍ତି । ୧୯ରେ ଅବିଭକ୍ତ କଳାହାଣ୍ଡି, କୋରାପୁଟ, ଗଞ୍ଜାମରେ ମଧ୍ୟମ ଧରଣର ଏବଂ ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୨୦ ତାରିଖରେ ଉତ୍ତର ଓଡ଼ିଶାର ଅଧିକାଂଶ ସ୍ଥାନ ଏବଂ ୨୧ରେ ସମଗ୍ର ରାଜ୍ୟରେ ପାଗ ଶୁଖିଲା ଓ ଖରାଟିଆ ରହିବ।