ବିଜୁ ଯୁବ ଜନତା ଦଳ ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତ, ସଂଗ୍ରହ ହେଲା ୫୨ ୟୁନିଟ

0 147

hiring

ଭୁବନେଶ୍ବର,୧୮/୬- ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜେଡି ରାଜ୍ୟ ସଭାପତି ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଆହ୍ବାନ କ୍ରମେ ଓଡ଼ିଶା ମୋ ପରିବାର ଜୀବନ ବିନ୍ଦୁ ଆନୁକୁଲ୍ୟରେ ବିଜୁ ଯୁବ ଜନତା ଦଳ ପକ୍ଷରୁ ଆୟୋଜିତ ସ୍ବେଛାକୃତ ରକ୍ତଦାନ ଶିବିର ବିଜେଡି ରାଜ୍ୟ ସାଧାରଣ ସମ୍ପାଦକ (ଯୁବ ବ୍ୟାପାର) ପ୍ରଣବ କୁମାର ବଳବନ୍ତରାୟ ଙ୍କ ଦ୍ଵାରା ଉଦଘାଟନ ହୋଇଯାଇଛି। ବିଜୁ ଯୁବ ଜନତା ଦଳର ରାଜ୍ୟ ସଭାପତି ଡ଼ଃ ବ୍ୟୋମକେଶ ରାୟ ଙ୍କ ତତ୍ତ୍ଵବଧାନରେ ଯୁବ ବିଜେଡ଼ି ରାଜ୍ୟ ସାଧାରଣ ସମ୍ପାଦକ ଶ୍ରୀ ଆଶିଷ ରଂଜନ ମିଶ୍ର ଙ୍କ ନେତୃତ୍ବ ରେ ଅନୁଷ୍ଠିତ ଏହି ରକ୍ତଦାନ ଶିବିର ରେ ରକ୍ତଦାନ ଶିବିରରେ ୫୨ ୟୁନିଟ୍ ରକ୍ତ ସଂଗ୍ରହ ହୋଇଥିଲା ଏବଂ ଦିବ୍ୟାଙ୍ଗ ବ୍ୟକ୍ତିମାନେ ସ୍ବେଛାକୃତ ଭାବେ ରକ୍ତଦାନ କରି ସମାଜ ସେବା ରେ ବ୍ରତି ହେବାର ଏକ ଅଭିନବ ବାର୍ତ୍ତା ପ୍ରଦାନ କରିଛନ୍ତି। ଏହି ପରିପ୍ରେକ୍ଷୀରେ ଓଡ଼ିଶା ମୋ ପରିବାର ଆବାହକ ଶ୍ରୀ ଅରୁପ ପଟ୍ଟନାୟକ, ମାନ୍ୟବର ଭୁବନେଶ୍ୱର ଉତ୍ତର ବିଧାୟକ ଶ୍ରୀ ସୁଶାନ୍ତ କୁମାର ରାଉତ, ଭୁବନେଶ୍ୱର ମଧ୍ୟ ବିଧାୟକ ଶ୍ରୀ ଅନନ୍ତ ନାରାୟଣ ଜେନା, ଭିନ୍ନକ୍ଷମ ଆୟୋଗ କମିଶନର ସୁଲୋଚନା ଦାସ୍, ଓଡ଼ିଶା ଉଠାଜଳସେଚନ ନିଗମ ଅଧ୍ୟକ୍ଷ ଶ୍ରୀ ଅମରେଶ ପତ୍ରୀ,ଓଟିଡିସି ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର, ଓଡ଼ିଶା କ୍ଷୁଦ୍ର ଶିଳ୍ପ ନିଗମ ଅଧ୍ୟକ୍ଷ ଶ୍ରୀ ଚିନ୍ମୟ ସାହୁ, ବିଜେଡି ସମ୍ପାଦକ ଶ୍ରୀ ଦୂର୍ଗା ସାମନ୍ତରାୟ, ଶ୍ରୀ ରୁଦ୍ର ସାମନ୍ତରାୟ, ଯୁଗ୍ମ ସମ୍ପାଦକ ଜ୍ୟୋତି ରଞ୍ଜନ ଜେନା,,ତନ୍ମୟ ସ୍ବାଇଁ ପ୍ରମୁଖ ରକ୍ତଦାତା ମାନଙ୍କୁ ଉତ୍ସାହିତ କରିଥିଲେ। ବିଜୁ ଯୁବ ଜନତା ଦଳ ପକ୍ଷରୁ ରାଜ୍ୟ ମହାସଚିବ ଏଲିନା ଦାଶ, ବରିଷ୍ଠ ଉପସଭାପତି ଧୃତି ରଞ୍ଜନ ମାର୍ଥା, ଉପସଭାପତି ସୋଫିଆ ଆଲାମ୍, ସୁନିଲ୍ ପଣ୍ଡା, ଭୁବନେଶ୍ୱର ଜୋନ୍ ସଭାପତି ବିଜୟ କେତନ ସାହୁ,କଟକ ଜୋନ୍ ସଭାପତି ଶୁଭ୍ରାଂଶୁ ମିଶ୍ର, କଟକ ଜିଲ୍ଲା ସଭାପତି ସ୍ମୁତି ରଂଜନ ନାୟକ, ସାଧାରଣ ସମ୍ପାଦକ ଶୁଭ୍ରାଂଶୁ ପଣ୍ଡା, ତାରିଣୀ ନାୟକ,ଅବିନାଶ ପ୍ରଧାନ, ସମ୍ପାଦକ ଲଗ୍ନଦୀପା ମିଶ୍ର, ଯୁଗ୍ମ ସମ୍ପାଦକ ଶିବାନୀ ସାହୁ, ଯୁବନେତା ଉମାକାନ୍ତ ପୃଷ୍ଟି, ନିଳକଣ୍ଠ ଦାସ, ପ୍ରାଣବନ୍ଧୁ ବେହେରା,ମାନସ ତ୍ରିପାଠୀ,କିରଣ ଦାଶ,ମାନସ ଥାଟୋଇ ପ୍ରମୁଖ ଏହି କାର୍ଯ୍ୟକ୍ରମ ରେ ଯୋଗ ଦେଇଥିଲେ।

hiranchal ad1
Leave A Reply

Your email address will not be published.

seventeen + sixteen =