ମୃତ୍ୟୁସଂଖ୍ୟାରେ ଲାଗୁନି ବ୍ରେକ : ପୁଣି ୪୩ଜଣଙ୍କ ମୁଣ୍ଡ ନେଲା କରୋନା

0 114

ଭୁବନେଶ୍ୱର : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟା କିନ୍ତୁ କମୁନାହିଁ । ଗତ ୨୪ ଘଣ୍ଟା ମଧ୍ୟରେ ୩୩୧୯ ଜଣ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୩ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୯୩୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯ ଜଣ ରହିଥିବା ବେଳେ ବରଗଡ଼, ନୟାଗଡ଼, ପୁରୀ ୫ ଜଣ ରହିଛନ୍ତି । ସୁନ୍ଦରଗଡ଼ ଜିଲ୍ଲାରୁ ୪ଜଣ ରହିଥିବା ବେଳେ ଭଦ୍ରକ, ଗଞ୍ଜାମ, କଟକ ଜିଲ୍ଲାରୁ ୩ ଜଣ ରହିଛନ୍ତି । ସେହିପରି ଢେଙ୍କାନାଳ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ବାଲେଶ୍ୱର , କେନ୍ଦୁଝର , ମୟୁରଭଞ୍ଜ, ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୧୬ଜଣ, ବାଲେଶ୍ୱର ଜିଲ୍ଲାରୁ ୩୯୭ଜଣ, ବରଗଡ଼ ଜିଲ୍ଲାରୁ ୪୭ଜଣ, ଭଦ୍ରକ ଜିଲ୍ଲାରୁ ୧୬୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୦ଜଣ, ବୌଦ୍ଧ ଜିଲ୍ଲାରୁ ୧୬ଜଣ, କଟକ ଜିଲ୍ଲାରୁ ୫୬୬ଜଣ, ଦେଓଗଡ଼ ଜିଲ୍ଲାରୁ ୪ଜମ, ଢେଙ୍କାନାଳ ଜିଲ୍ଲାରୁ ୬୯ଜଣ, ଗଜପତି ଜିଲ୍ଲାରୁ ୧୨ଜଣ, ଗଞ୍ଜାମ ଜିଲ୍ଲାରୁ ୧୨ଜଣ, ଗଞ୍ଜାମ ଜିଲ୍ଲାରୁ ୧୮ଜଣ, ଜଗତସିଂହପୁର ଜିଲ୍ଲାରୁ ୧୩୦ଜଣ, ଯାଜପୁର ଜିଲ୍ଲାରୁ ୧୯୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୧ଜଣ, କଳାହାଣ୍ଡି ଜିଲ୍ଲାରୁ ୩୧ଜଣ, କନ୍ଧମାଳ ଜିଲ୍ଲାରୁ ୨୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୩୪ଜଣ, କେନ୍ଦୁଝର ଜିଲ୍ଲାରୁ ୬୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୪୦ଜଣ, କୋରାପୁଟ ଜିଲ୍ଲାରୁ ୫୯ଜଣ, ମାଲକାନଗିରି ଜିଲ୍ଲାରୁ ୭୧ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୯୯ଜଣ, ନବରଙ୍ଗପୁର ଜିଲ୍ଲାରୁ ୯୯ଜଣ, ନୟାଗଡ଼ ଜିଲ୍ଲାରୁ ୧୧୧ଜଣ, ନୂଆପଡ଼ା ଜିଲ୍ଲାରୁ ୪ଜଣ, ପୁରୀ ଜିଲ୍ଲାରୁ ୧୭୫ଜଣ, ରାୟଗଡ଼ା ଜିଲ୍ଲାରୁ ୪୩ଜଣ, ସମ୍ବଲପୁର ଜିଲ୍ଲାରୁ ୨୯ଜଣ, ସୋନପୁର ଜିଲ୍ଲାରୁ ୧୭ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୩୬ଜଣ, ଷ୍ଟେଟ ପୁଲ୍‌ରୁ ୯୦ଜଣ ରହିଛନ୍ତି ।

hiranchal ad1
Leave A Reply

Your email address will not be published.

three × one =