ଭୁବନେଶ୍ୱର: ରାଜ୍ୟରେ କେତେକ ସ୍ଥାନରେ ଆଗାମୀ ଦୁଇ ଦିନ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ । ତେବେ ଜୁନ ୩୦ରେ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବ । ଜୁଲାଇ ପହିଲାରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆକଳନ କରିଛି ।ଆସନ୍ତା ୨୪ ଘଣ୍ଟାରେ କୋରାପୁଟ, ମାଲକାନଗିରି, ରାୟଗଡ଼ା, ନବରଙ୍ଗପୁର, ଗଜପତି ଓ କନ୍ଧମାଳ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ବଜ୍ରପାତ ସହିତ ବର୍ଷା ହେବାର ସମ୍ଭାବନା ରହିଛି ।