ପୁଣି ବଢିଲା ସଂକ୍ରମଣ, ଦିନକରେ ୪୮ ଜୀବନ ନେଲା କରୋନା

0 201

ଭୁବନେଶ୍ୱର: ରାଜ୍ୟରେ ଗତକାଲି ୩ହଜାର ତଳକୁ କରୋନା ସଂକ୍ରମଣ କମିଥିବା ବେଳେ ଆଜି ପୁଣି ୩ ହଜାର ପରେ ହୋଇଛି ସଂକ୍ରମିତଙ୍କ ସଂଖ୍ୟା । ସେହିପରି ମୃତ୍ୟୁ ସଂଖ୍ୟାରେ ମଧ୍ୟ ଲାଗୁନି ବ୍ରେକ୍‌ । ଗତ ୨୪ ଘଣ୍ଟା ମଧ୍ୟରେ ୩୩୭୧ ଜଣ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୦୧୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭ ଜଣ, କଟକ ଓ ନୟାଗଡରୁ ୫ ଜଣ, ଗଞ୍ଜାମ ଓ ସୁନ୍ଦରଗଡରୁ ୪ ଜଣ ଲେଖାଏଁ, ବରଗଡ, ବୌଦ୍ଧ ଓ ଢେଙ୍କାନାଳରୁ ୩ ଜଣ ଲେଖାଏଁ ରହିଛନ୍ତି । ସେହିପରି ଅନୁଗୁଳ, ବାଲେଶ୍‌ବର, ଭଦ୍ରକ ଓ ଝାରସୁଗୁଡାରୁ ୨ ଜଣ ଲେଖାଏଁ ଏବଂ ଜଗତସିଂହପୁର, କଳାହାଣ୍ଡି, କନ୍ଧମାଳ, କୋରାପୁଟ, ପୁରୀ ଓ ସମ୍ବଲପୁରରୁ ଜଣେ ଲେଖାଏଁ ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୯୩ଜଣ, ବାଲେଶ୍ୱର ଜିଲ୍ଲାରୁ ୨୫୮ଜଣ, ବରଗଡ଼ ଜିଲ୍ଲାରୁ ୩୫ଜଣ, ଭଦ୍ରକ ଜିଲ୍ଲାରୁ ୧୭୬ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୨ଜଣ, ବୌଦ୍ଧ ଜିଲ୍ଲାରୁ ୧୯ଜଣ, କଟକ ଜିଲ୍ଲାରୁ ୪୬୮ଜଣ, ଦେଓଗଡ଼ ଜିଲ୍ଲାରୁ ୩ଜଣ, ଢେଙ୍କାନାଳ ଜିଲ୍ଲାରୁ ୫୮ଜଣ, ଗଜପତି ଜିଲ୍ଲାରୁ ୧୨ଜଣ, ଗଞ୍ଜାମ ଜିଲ୍ଲାରୁ ୨୧ଜଣ, ଜଗତସିଂହପୁର ଜିଲ୍ଲାରୁ ୧୩୫ଜଣ, ଯାଜପୁର ଜିଲ୍ଲାରୁ ୨୧୦ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୫ଜଣ, କଳାହାଣ୍ଡି ଜିଲ୍ଲାରୁ ୧୧ଜଣ, କନ୍ଧମାଳ ଜିଲ୍ଲାରୁ ୨୯ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୧୯ଜଣ, କେନ୍ଦୁଝର ଜିଲ୍ଲାରୁ ୭୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫୩୦ଜଣ, କୋରାପୁଟ ଜିଲ୍ଲାରୁ ୫୨ଜଣ, ମାଲକାନାଗିରି ଜିଲ୍ଲାରୁ ୮୦ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୨୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୩୪ଜଣ, ନୟାଗଡ଼ ଜିଲ୍ଲାରୁ ୧୩୫ଜଣ, ନୂଆପଡ଼ା ଜିଲ୍ଲାରୁ ୮ଜଣ, ପୁରୀ ଜିଲ୍ଲାରୁ ୧୯୩ଜଣ, ରାୟଗଡ଼ା ଜିଲ୍ଲାରୁ ୫୯ଜଣ, ସମ୍ବଲପୁର ଜିଲ୍ଲାରୁ ୨୮ଜଣ, ସୋନପୁର ଜିଲ୍ଲାରୁ ୨୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୭୨ଜଣ, ଷ୍ଟେଟ ପୁଲ୍‌ରୁ ୯୨ଜଣ ରହିଛନ୍ତି ।

hiranchal ad1
Leave A Reply

Your email address will not be published.

7 − five =