ୟୁଟ୍ୟୁବରେ ପାଠ ପଢିବେ ଯୁକ୍ତଦୁଇ ଛାତ୍ରଛାତ୍ରୀ, ପ୍ରଥମ ପର୍ଯ୍ୟାୟରେ ଏହି ସବୁ କଲେଜରେ ଆରମ୍ଭ ହେବ

0 69

ଭୁବନେଶ୍ୱର: ପ୍ରାଥମିକ, ମାଧ୍ୟମିକ ପରେ ଏବେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତଥା ଯୁକ୍ତ୨ କଲେଜର ଛାତ୍ରଛାତ୍ରୀଙ୍କୁ ୟୁଟ୍ୟୁବରେ ପଢ଼ାଇବା ଲାଗି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଣ୍ଟା ଭିଡ଼ିଛି । ପ୍ରାଥମିକ ପର୍ଯ୍ୟାୟରେ ଯୁକ୍ତ ୨ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କୁ ଖୁବ ଶୀଘ୍ର ୟୁଟ୍ୟୁବରେ ଶିକ୍ଷା ଦିଆଯିବ । ପ୍ରଥମ ପର୍ଯ୍ୟାୟରେ ୭ଟି ସ୍ଥାନ ଯଥା ଭୁବନେଶ୍ୱରର ବିଜେବି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ରମାଦେବୀ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, କଟକର ରେଭେନ୍ସା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ପୁରୀର ଏସଏସସିଏସ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ଖଲ୍ଲିକୋଟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବାରିପଦାର ଏମପିସି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବାଲେଶ୍ୱରର ଫକୀର ମୋହନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରୁ ଏହି ପାଠପଢ଼ା ଆରମ୍ଭ ହେବ । ତେଣୁ କଲେଜଗୁଡ଼ିକ ଏ ଦିଗରେ ପଦକ୍ଷେପ ନେବାକୁ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦେଶାଳୟ ନିର୍ଦେଶକ ବିକାଶ ଚନ୍ଦ୍ର ମହାପାତ୍ର ଆଜି ଉକ୍ତ ୭ଟି କଲେଜ ଅଧ୍ୟକ୍ଷଙ୍କୁ ନିର୍ଦେଶ ଦେଇଛନ୍ତି ।

hiranchal ad1
Leave A Reply

Your email address will not be published.

five × one =