ଭୁବନେଶ୍ୱର : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟା କିନ୍ତୁ କମୁନାହିଁ । ଗତ ୨୪ ଘଣ୍ଟା ମଧ୍ୟରେ ୨୪୮୭ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୧ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୨୯୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୭୯ଜଣ, ବାଲେଶ୍ୱର ଜିଲ୍ଲାରୁ ୧୫୭ଜଣ, ବରଗଡ଼ ଜିଲ୍ଲାରୁ ୨୨ଜଣ, ଭଦ୍ରକ ଜିଲ୍ଲାରୁ ୧୧୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୬ଜଣ, ବୌଦ୍ଧ ଜିଲ୍ଲାରୁ ୧୨ଜଣ, କଟକ ଜିଲ୍ଲାରୁ ୪୨୨ଜଣ, ଦେଓଗଡ଼ ଜିଲ୍ଲାରୁ ୯ଜଣ, ଢେଙ୍କାନାଳ ଜିଲ୍ଲାରୁ ୫୯ଜଣ, ଗଜପତି ଜିଲ୍ଲାରୁ ୧୧ଜଣ, ଗଞ୍ଜାମ ଜିଲ୍ଲାରୁ ୧୪ଜଣ, ଜଗତସିଂହପୁର ଜିଲ୍ଲାରୁ ୧୨୬ଜଣ, ଯାଜପୁର ଜିଲ୍ଲାରୁ ୨୦୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୨ଜଣ, କଳାହାଣ୍ଡି ଜିଲ୍ଲାରୁ ୭ଜମ, କନ୍ଧମାଳ ଜିଲ୍ଲାରୁ ୨୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୯୭ଜଣ, କେନ୍ଦୁଝର ଜିଲ୍ଲାରୁ ୬୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୦୭ଜଣ, କୋରାପୁଟ ଜିଲ୍ଲାରୁ ୫୨ଜଣ, ମାଲକାନଗିରି ଜିଲ୍ଲାରୁ ୫୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୦୩ଜଣ, ନବରଙ୍ଗପୁର ଜିଲ୍ଲାରୁ ୨୩ଜଣ, ନୟାଗଡ଼ ଜିଲ୍ଲାରୁ ୮୦ଜଣ, ନୂଆପଡ଼ା ଜିଲ୍ଲାରୁ ୫ଜଣ, ପୁରୀ ଜିଲ୍ଲାରୁ ୧୫୪ଜଣ, ରାୟଗଡ଼ା ଜିଲ୍ଲାରୁ ୨୬ଜଣ, ସମ୍ବଲପୁର ଜିଲ୍ଲାରୁ ୨୬ଜଣ, ସୋନପୁର ଜିଲ୍ଲାରୁ ୧୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୮ଜଣ, ଷ୍ଟେଟ୍ ପୁଲ୍ରୁ ୭୬ଜଣ ରହିଛନ୍ତି ।
Sign in
Sign in
Recover your password.
A password will be e-mailed to you.
Next Post