ରେକର୍ଡ ଭାଙ୍ଗୁଛି କରୋନା ମୃତ୍ୟୁ: ପୁଣି ୫୯ ଜୀବନ ନେଲା, ଚିହ୍ନଟ ହେଲେ ୨୬୦୨ ପଜିଟିଭ

0 187

ଭୁବନେଶ୍ୱର : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟା କିନ୍ତୁ କମୁନାହିଁ । ଗତ ୨୪ ଘଣ୍ଟା ମଧ୍ୟରେ ୨୬୦୨ ଜଣ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୯ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୩୫୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୧୦ଜଣ, ବରଗଡ଼, ଢେଙ୍କାନାଳ, ପୁରୀ ଜିଲ୍ଲାରୁ ୫ଜଣ ରହିଛନ୍ତି । ସୁନ୍ଦରଗଡ଼, ରାୟଗଡ଼ା, ନୟାଗଡ଼,ଗଞ୍ଜାମ ଜିଲ୍ଲାରୁ ୪ଜଣ ରହିଥିବା ବେଳେ କଳାହାଣ୍ଡି, କେନ୍ଦ୍ରାପଡ଼ା, ନବରଙ୍ଗପୁର ଜିଲ୍ଲାରୁ ୩ଜଣ ରହିଛନ୍ତି । ସେହିପରି କଟକ, ଯାଜପୁର, ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ ରହିଥିବା ବେଳେ ଅନୁଗୁଳ , ଜଗତସିଂହପୁର, କୋରାପୁଟ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୯୯ଜଣ, ବାଲେଶ୍ୱର ଜିଲ୍ଲାରୁ ୧୬୪ଜଣ, ବରଗଡ଼ ଜିଲ୍ଲାରୁ ୧୩ଜଣ, ଭଦ୍ରକ ଜିଲ୍ଲାରୁ ୯୫ଜଣ, ବଲାଙ୍ଗୀର ଜିଲ୍ଲାରୁ ୫ଜଣ,କଟକ ଜିଲ୍ଲାରୁ ୩୯୭, ବୌଦ୍ଧ ଜିଲ୍ଲାରୁ ୨୧ଜଣ, ଦେଓଗଡ଼ ଜିଲ୍ଲାରୁ ୫ଜଣ, ଢେଙ୍କାନାଳ ଜିଲ୍ଲାରୁ ୯୩ଜଣ, ଗଜପତି ଜିଲ୍ଲାରୁ ୯ଜଣ, ଗଞ୍ଜାମ ଜିଲ୍ଲାରୁ ୮ଜଣ, ଜଗତସିଂହପୁର ଜିଲ୍ଲାରୁ ୯୧ଜଣ, ଯାଜପୁର ଜିଲ୍ଲାରୁ ୧୮୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨୬ଜଣ, କଳାହାଣ୍ଡି ଜିଲ୍ଲାରୁ ୯ଜଣ, କନ୍ଧମାଳ ଜିଲ୍ଲାରୁ ୨୦ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୫୯ଜଣ, କେନ୍ଦୁଝର ଜିଲ୍ଲାରୁ ୭୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫୨୯ଜଣ, କୋରାପୁଟ ଜିଲ୍ଲାରୁ ୩୨ଜଣ, ମାଲକାନଗିରି ଜିଲ୍ଲାରୁ ୩୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୪୧ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୮ଜଣ, ନୟାଗଡ଼ ଜିଲ୍ଲାରୁ ୬୨ଜଣ, ନୂଆପଡ଼ା ଜିଲ୍ଲାରୁ ୫ଜଣ, ପୁରୀ ଜିଲ୍ଲାରୁ ୧୭୪ଜଣ, ରାୟଗଡ଼ା ଜିଲ୍ଲାରୁ ୩୩ଜଣ, ସମ୍ବଲପୁର ଜିଲ୍ଲାରୁ ୨୫ଜଣ, ସୋନପୁର ଜିଲ୍ଲାରୁ ୧୭ଜଣ, ସୁନ୍ଦରଗଡ଼ ଜିଲ୍ଲରାୁ ୬୪ଜଣ, ଷ୍ଟେଟ ପୁଲ୍‌ରୁ ୧୦୧ଜଣ ରହିଛନ୍ତି ।

hiranchal ad1
Leave A Reply

Your email address will not be published.

thirteen + nine =