ଆଉ ୬୫ ଜଣଙ୍କ ଜୀବନ ନେଲା କରୋନା, ଚିହ୍ନଟ ହେଲେ ୨୦୭୪ ଆକ୍ରାନ୍ତ

0 127

ଭୁବନେଶ୍ୱର : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟା କିନ୍ତୁ କମୁନାହିଁ । ଗତ ୨୪ ଘଣ୍ଟା ମଧ୍ୟରେ ୨୦୭୪ ଜଣ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୭୯୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୦ଜଣ ରହିଥିବା ବେଳେ ବରଗଡ଼ ୧୦ଜଣ ରହିଛନ୍ତି । ସୁନ୍ଦରଗଡ଼ ଜିଲ୍ଲାରୁ ୭ଜଣ ରହିଥିବା ବେଳେ ପୁରୀରୁ ୬ଜଣ ରହିଛନ୍ତି । ନବରଙ୍ଗପୁର ଜିଲ୍ଲାରୁ ୪ଜଣ ରହିଥିବା ବେଳେ ଗଜପତି ଜିଲ୍ଲାରୁ ୩ଜଣ ରହିଛନ୍ତି । ବାଲେଶ୍ୱର , ଗଞ୍ଜାମ, ଝାରସୁଗୁଡ଼ା, କନ୍ଧମାଳ, ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ, ଭଦ୍ରକ, ଢେଙ୍କାନାଳ, ଜଗତସିଂହପୁର, କଳାହାଣ୍ଡି ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୫୯ଜଣ, ବାଲେଶ୍ୱର ଜିଲ୍ଲାରୁ ୧୧୫ଜଣ, ବରଗଡ଼ ଜିଲ୍ଲାରୁ ୩୮ଜଣ, ଭଦ୍ରକ ଜିଲ୍ଲାରୁ ୧୧୦ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୭ଜଣ, ବୌଦ୍ଧ ଜିଲ୍ଲାରୁ ୧୨ଜଣ, କଟକ ଜିଲ୍ଲାରୁ ୨୮୩ଜଣ, ଦେଓଗଡ଼ ଜିଲ୍ଲାରୁ ୩ଜଣ, ଢେଙ୍କାନାଳ ଜିଲ୍ଲାରୁ ୬୧ଜଣ, ଗଜପତି ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ୫ଜଣ, ଜଗତସିଂହପୁର ଜିଲ୍ଲାରୁ ୯୯ଜମ, ଯାଜପୁର ଜିଲ୍ଲାରୁ ୧୨୦ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫ଜଣ, କଳାହାଣ୍ଡି ଜିଲ୍ଲାରୁ ୫ଜଣ, କନ୍ଧମାଳ ଜିଲ୍ଲାରୁ ୧୯ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୫୮ଜଣ, କେନ୍ଦୁଝର ଜିଲ୍ଲାରୁ ୪୬ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୪୩ଜଣ, କୋରାପୁଟ ଜିଲ୍ଲାରୁ ୧୦ଜଣ, ମାଲକାନଗିରି ଜିଲ୍ଲାରୁ ୪୭ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୧୫ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୦ଜଣ, ନୟାଗଡ଼ ଜିଲ୍ଲାରୁ ୫୮ଜଣ, ନୂଆପଡ଼ା ଜିଲ୍ଲାରୁ ୪ଜଣ, ପୁରୀ ଜିଲ୍ଲାରୁ ୧୩୩ଜଣ, ରାୟଗଡ଼ା ଜିଲ୍ଲାରୁ ୧୬ଜଣ, ସମ୍ବଲପୁର ଜିଲ୍ଲାରୁ ୩୦ଜଣ, ସୋନପୁର ଜିଲ୍ଲାରୁ ୯ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୫୬ଜଣ, ଷ୍ଟେଟ ପୁଲ୍‌ରୁ ୮୫ଜଣ ରହିଛନ୍ତି ।

hiranchal ad1
Leave A Reply

Your email address will not be published.

19 − 16 =