ଭୁବନେଶ୍ୱର,୯ା୮: ରାଜ୍ୟସରକାର ଆଜି ପ୍ରଶାସନିକ ସ୍ତରରେ ଏକ ଛୋଟିଆ ଅଦଳବଦଳ କରିଛନ୍ତି । ଏହିକ୍ରମରେ ଭଦ୍ରକ ଜିଲ୍ଲାପାଳ ଜ୍ଞାନରଞ୍ଜନ ଦାସଙ୍କୁ ପଞ୍ଚାୟତିରାଜ ବିଭାଗର ନିର୍ଦ୍ଦେଶକ ଭାବେ ବଦଳ କରିଥିବାବେଳେ ତାଙ୍କ ସ୍ଥାନରେ ତ୍ରିଲୋଚନ ମାଝୀଙ୍କୁ ଭଦ୍ରକ ଜିଲ୍ଲାପାଳ ଭାବେ ନିଯୁକ୍ତି ଦେଇଛନ୍ତି । ଢେଙ୍କାନାଳ ଜିଲ୍ଲାପାଳ ଭୂମେଶ ଚନ୍ଦ୍ର ବେହେରାଙ୍କୁ ଆୟୁଷ ନିର୍ଦ୍ଦେଶକ ଭାବେ ନିଯୁକ୍ତି ଦେଇଥିବାବେଳେ ସରୋଜ ସେଠୀଙ୍କୁ ଢେଙ୍କାନାଳ ଜିଲ୍ଲାପାଳ ଭାବେ ନିଯୁକ୍ତି ଦିଆଯାଇଛି । ସେହିଭଳି ପଞ୍ଚାୟତିରାଜ ବିଭାଗର ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରୁଥିବା ଉମାକାନ୍ତ ତ୍ରିପାଠୀଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗର ଅତିରିକ୍ତ ସଚିବ ଭାବେ ନିଯୁକ୍ତି ଦେଇଛନ୍ତି ।