ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୫୩ କରୋନା ପଜିଟିଭ୍ ଚିହ୍ନଟ

0 69

ଭୁବନେଶ୍ୱର : ରାଜ୍ୟରେ ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୪୫୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୬୫ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୮୮ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୫୩ ଜଣ ପଜିଟିଭ ରହିଛନ୍ତି ।  ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୧୭ଜଣ, ବରଗଡ଼ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ୪ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୫୯ଜଣ, ଦେଓଗଡ଼ ଜିଲ୍ଲାରୁ ୩ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୨୪ଜଣ, ଯାଜପୁର ଜିଲ୍ଲାରୁ ୧୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୨୦୧ଜଣ, କୋରାପୁଟ ଜିଲ୍ଲାରୁ ୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୨ଜଣ, ନୟାଗଡ଼ ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ୧୯ଜଣ, ରାୟଗଡ଼ା ଜିଲ୍ଲାରୁ ୩ଜଣ, ସମ୍ବଲପୁର ଜିଲ୍ଲାରୁ ୧୮ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୬ଜଣ, ଷ୍ଟେଟ ପୁଲରୁ ୪୫ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୮୮୧୯ରେ ପହଞ୍ଚିଛି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୨୮୮୧୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୯୩୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୧୫୬୦୮ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୦୨୯୫୧୬୮ ସାମ୍ପୁଲ ଟେଷ୍ଟ୍ ହୋଇଛି ।

hiranchal ad1
Leave A Reply

Your email address will not be published.

12 − nine =