କେରାଣ୍ଡି ଗ୍ରାମ ପଞ୍ଚାୟତରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲଥ କାର୍ଡ ବଣ୍ଟନ

0 104

ଗଜପତି : ଗଜପତି ଜିଲ୍ଲା ଗୋଶାଣି ବ୍ଳକର କେରାଣ୍ଡି ପଞ୍ଚାୟତ ଠାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ସ୍ମାର୍ଟ ହେଲଥ କାର୍ଡ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଅର୍ଥ ଓ ଅବକାରୀ ବିଭାଗର ମନ୍ତ୍ରୀ ନିରଞ୍ଜନ ପୂଜାରୀ ଉପସ୍ଥିତ ରହି ହିତାଧିକାରୀଙ୍କୁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ସ୍ମାର୍ଟ ହେଲଥ କାର୍ଡ ବଣ୍ଟନ କରିଥିଲେ ଓ କାର୍ଡର ଉପକାରିତା ସମ୍ପର୍କରେ ବୁଝାଇବା ସହ ରାଜ୍ୟ ସରକାରଙ୍କର ବିଭିନ୍ନ ଲୋକାଭି ମୁଖୀ ଯୋଜନା ବିଷୟରେ ବୁଝାଇଥିଲେ।ଏହି କାର୍ଯ୍ୟକ୍ରମରେ ଗୋଶାଣି ବ୍ଳକ ଅଧ୍ୟକ୍ଷା ସି.ଏଚ. ତାରକେଶ୍ୱରୀ, କେରାଣ୍ଡି ସରପଞ୍ଚ ଆର.ରାଣୀ, ନାଏବ ସରପଞ୍ଚ ଗୌରାଙ୍ଗ ପ୍ରଧାନ, ଗୋଷ୍ଠୀ ଉନ୍ନୟନ ଅଧିକାରୀ କିଶୋର ଚନ୍ଦ୍ର ଦାସ ପ୍ରମୁଖ ମଞ୍ଚାସିନ ଥିଲେ। ଏହି ସମସ୍ତ କାର୍ଯ୍ୟକ୍ରମକୁ ପଞ୍ଚାୟତ କାର୍ଯ୍ୟ ନିର୍ବାହି ଅଧିକାରୀ କେ.ଚନ୍ଦ୍ରା ରାଓ ପରିଚାଳନାରେ ସହଯୋଗ କରିଥିଲେ। ଏହି କାର୍ଯ୍ୟକ୍ରମରେ ପଞ୍ଚାୟତର ଜନ ସାଧାରଣ ଉପସ୍ଥିତ ଥିଲେ।

hiranchal ad1
Leave A Reply

Your email address will not be published.

9 − four =