ଭୁବନେଶ୍ୱର : ରାଜ୍ୟରେ ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୧୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୩୨୮୮ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୫୭ ଜଣ କ୍ୱାରେଣ୍ଟାଇନ୍ରୁ ହୋଇଥିବା ବେଳେ ୨୫୮ ଜଣ ଲୋକାଲ୍ କେସ୍ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୬୮ ଜଣ ପଜିଟିଭ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୪ଜଣ, ବାଲେଶ୍ୱର ଜିଲ୍ଲାରୁ ୧୨ଜଣ, ବରଗଡ଼ ଜିଲ୍ଲାରୁ ୩ଜଣ, ଭଦ୍ରକ ଜିଲ୍ଲାରୁ ୭ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୭୨ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୩ଜଣ, ଜଗତସିଂହପୁର ଜିଲ୍ଲାରୁ ୮ଜଣ, ଯାଜପୁର ଜିଲ୍ଲାରୁ ୯ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୦ଜଣ, କେନ୍ଦୁଝର ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୨୩ଜଣ, କୋରାପୁଟ ଜିଲ୍ଲାରୁ ୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୮ଜଣ, ନୟାଗଡ଼ ଜିଲ୍ଲାରୁ ୩ଜଣ, ନୂଆପଡ଼ା ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ୧୫ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୧୯ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୮ଜଣ, ଷ୍ଟେଟ ପୁଲ୍ରୁ ୭୬ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୩୨୮୮ରେ ପହଞ୍ଚିଛି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୩୩୨୮୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୨୦୩ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୧୯୭୬୪ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୦୮୨୭୯୨୦ ସାମ୍ପୁଲ ଟେଷ୍ଟ୍ ହୋଇଛି ।