କରୋନା ନେଲା ଆଉ ୫ ଜଣଙ୍କ ଜୀବନ

0 68

ଭୁବନେଶ୍ୱର : ରାଜ୍ୟରେ ୫ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ମୃତକଙ୍କ ମଧ୍ୟରେ ବରଗଡ଼, ଝାରସୁଗୁଡ଼ା, ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖାଏଁ ରହିଥିବା ବେଳେ ସୁନ୍ଦରଗଡ଼ ଜିଲ୍ଲାରୁ ୨ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୯୦ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୩୫୪୧୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୮୨୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୨୨୨୫୦ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୧୧୧୮୪୫୦ ସାମ୍ପୁଲ ଟେଷ୍ଟ୍ ହୋଇଛି ।

hiranchal ad1
Leave A Reply

Your email address will not be published.

five × two =