ଆଜିଠୁ ଘରକୁ ଘର ବୁଲି ଟିକା ନେଇନଥିବା ଲୋକଙ୍କୁ ଚିହ୍ନଟ କରିବେ ସ୍ୱାସ୍ଥ୍ୟକର୍ମୀ

0 76

ଭୁବନେଶ୍ୱର: ଆଜିଠୁ ସାରା ରାଜ୍ୟରେ ଆରମ୍ଭ ହେଉଛି ଘର ଘର ଦସ୍ତକ ଟିକାକରଣ କାର୍ଯ୍ୟକ୍ରମ । ସ୍ୱାସ୍ଥ୍ୟକର୍ମୀମାନେ ଘରକୁ ଘର ବୁଲି ଟିକା ନେଇନଥିବା ଲୋକଙ୍କୁ ଚିହ୍ନଟ କରିବା ସହ ଉଭୟ ଡୋଜ ଟିକା ନେଇନଥିବା ଲୋକଙ୍କର ତାଲିକା ପ୍ରସ୍ତୁତ କରିବେ ।
ଏ ସବୁ ତଥ୍ୟ ସଂଗ୍ରହ କରାଯିବା ପରେ ନିକଟସ୍ଥ ଟିକାକରଣ କେନ୍ଦ୍ରରେ ଟିକାଦାନର ବ୍ୟବସ୍ଥା କରାଯିବ ବୋଲି ପରିବାର କଲ୍ୟାଣ ନିର୍ଦ୍ଦେଶକ ସୂଚନା ଦେଇଛନ୍ତି । ଏହି ମାସ ଶେଷ ସୁଦ୍ଧା ଶତ ପ୍ରତିଶତ ଟିକାକରଣ କରାଯିବ ବୋଲି ସେ କହିଛନ୍ତି ।
ବର୍ତ୍ତମାନ ପର୍ଯ୍ୟନ୍ତ ଟିକା ନେଇ ନଥିବା ଲୋକଙ୍କୁ ନଭେମ୍ବର ମାସରେ ପ୍ରଥମ ଡୋଜ ଟିକା ନେବାକୁ କୁହାଯିବ । ଯାହା ଘର ଘର ଦସ୍ତକ ଟିକାକରଣ କାର୍ଯ୍ୟକ୍ରମର ମୁଖ୍ୟ ଲକ୍ଷ୍ୟ ବୋଲି ପରିବାର କଲ୍ୟାଣ ନିର୍ଦ୍ଦେଶକ କହିଛନ୍ତି ।

hiranchal ad1
Leave A Reply

Your email address will not be published.

fifteen + 7 =