ଶିକ୍ଷୟିତ୍ରୀ ମମିତା ମେହେର ମୃତ୍ୟୁ ମାମଲା; ଆସନ୍ତା 6 ତାରିଖ ଗଜପତି ଜିଲ୍ଲା ବନ୍ଦ ଡାକରା ଦେଲା ବିଜେପି

0 64

ଗଜପତି ୦୫।୧୧ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଠାରେ ଥିବା ବିଜେପି କାର୍ଯ୍ୟାଳୟରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏହି ସାମ୍ବାଦିକ ସମ୍ମିଳନୀରେ ପାରଳା ବିଧାୟକ କେ ନାରାୟଣ ରାଓ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ଶିକ୍ଷୟିତ୍ରୀ ମମିତା ମେହେରଙ୍କ ନ୍ୟାୟ ସକାଶେ ବିଜେପି ୬.୧୧.୨୦୧୧ ତାରିଖ ଶନିବାର ସକାଳ ୬ ଘଣ୍ଟା ଠାରୁ ସନ୍ଧ୍ୟା ୬ ଘଣ୍ଟା ପର୍ଯ୍ୟନ୍ତ ବାର ଘଣ୍ଟିଆ ବନ୍ଦ ଡାକରା ଦେଇଛନ୍ତି । ଶିକ୍ଷୟିତ୍ରୀ ମମିତା ମେହେରଙ୍କ ହତ୍ୟାରେ ସଂପୃକ୍ତ ଗୃହ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ତୁରନ୍ତ ବହିଷ୍କାର ଗିରଫ ଓ ସିବିଆଇ ତଦନ୍ତ କରାଯାଉ ବୋଲି ବିଜେପି ଅଭିଯୋଗ କରି ତୁରନ୍ତ ଶିକ୍ଷୟିତ୍ରୀ ମମିତା ମେହେରଙ୍କୁ ନ୍ୟାୟ ପ୍ରଦାନ ଦାବିରେ ଗଜପତିରେ ବିଜେପି ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି । ଏହି ସାମ୍ବାଦିକ ସମ୍ମିଳନୀରେ ଅନ୍ୟ ମାନଙ୍କ ମଧ୍ୟରେ ବିଜେପିର ସାଧାରଣ ସମ୍ପାଦକ ନୃସିଂହ ଚରଣ ପଟ୍ଟନାୟକ, ବିଭୁତି ଭୂଷଣ ବେହେରା ଉପସ୍ଥିତ ଥିଲେ ।

hiranchal ad1
Leave A Reply

Your email address will not be published.

6 − four =