ଆସୁଛି ଲଘୁଚାପ; ଜାଣନ୍ତୁ କେବେ ?

0 118

ଭୁବନେଶ୍ୱର ୫।୧୧ : ଆସୁଛି ଲଘୁଚାପ । ଆସନ୍ତା ୯ ତାରିଖ ବେଳକୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟିର ସମ୍ଭାବନା ରହିଛି । ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ଆଶଙ୍କା ରହିଛି । ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହା ପୂର୍ବରୁ ପୂର୍ବ ବଙ୍ଗୋପସାଗର ଏବଂ ଏହାର ପାଶ୍ୱବର୍ତ୍ତୀ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିଲା । ଅବଶ୍ୟ ଲଘୁଚାପର ପ୍ରଭାବ ଓଡିଶାରେ ବିଶେଷ ଭାବେ ପଡ଼ିନଥିଲା । ଦକ୍ଷିଣ ଓଡିଶାର କିଛି ଅଞ୍ଚଳରେ କାଁ ଭାଁ ବର୍ଷା ହେବା ସହ ତାମିଲନାଡୁ ଉପରେ ଅଧିକ ପ୍ରଭାବ ପକାଇଥିଲା। ଏହାର ପ୍ରଭାବରେ ଗତ୨୮ତାରିଖରେ ଦକ୍ଷିଣ ଓଡିଶାର କେତେକ ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଥିଲା ।

hiranchal ad1
Leave A Reply

Your email address will not be published.

1 × two =