କରୋନା ନେଲା ଆଉ ୪ ଜଣଙ୍କ ଜୀବନ

0 54

ଭୁବନେଶ୍ୱର ୦୬।୧୧ : ରାଜ୍ୟରେ ଆଉ ୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ମୃତକଙ୍କ ମଧ୍ୟରୁ ଅନୁଗୁଳ ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୫୪ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।  ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୩୧୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୩୧୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୩୧୪୨୫ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୨୩୪୮୩୮୮ ସାମ୍ପୁଲ ଟେଷ୍ଟ୍ ହୋଇଛି ।

hiranchal ad1
Leave A Reply

Your email address will not be published.

five × five =