ଭୁବନେଶ୍ୱର: କରୋନାର ନୂଆ ଭ୍ୟାରିଆଣ୍ଟର ମୁକାବିଲା ପାଇଁ ମାର୍ଗଦର୍ଶିକା ଜାରି କରିଛନ୍ତି ରାଜ୍ୟ ସରକାର । ସ୍କୁଲ, କଲେଜରେ ସଂକ୍ରମଣ ଚେନ୍କୁ ରୋକିବା ପାଇଁ ସ୍ୱତନ୍ତ୍ର କ୍ୱାରେଣ୍ଟାଇନ୍ ସେଣ୍ଟର ଖୋଲାଯିବା ସହ ଟେଷ୍ଟିଂ, ଟ୍ରାକିଂ, ଟ୍ରିଟମେଣ୍ଟକୁ ଫୋକସ କରାଯାଇଛି । ବିଦେଶ ଫେରନ୍ତା ଉପରେ କଡ଼ା ନଜର ରଖିବାକୁ ଅଣ୍ଟା ଭିଡ଼ିଛି ସ୍ୱାସ୍ଥ୍ୟ ବିଭାଗ ।
ବିମାନ ବନ୍ଦରରେ କରୋନା ଟେଷ୍ଟ କରାଯିବ । ଯେଉଁମାନେ ସଂକ୍ରମିତ ଚିହ୍ନଟ ହେବେ, ସେମାନଙ୍କୁ ୧୦ଦିନ ସଂଗରୋଧରେ ରଖିବାକୁ ନିର୍ଦ୍ଦେଶନାମା ଜାରି କରାଯାଇଛି । ବିଦେଶ ଫେରନ୍ତାଙ୍କ ଉପରେ କଡ଼ା ନଜର ରଖିବାକୁ ଜିଲ୍ଲାପାଳ, ସିଡ଼ିଏମଓ ଓ ମହାନଗର ନିଗମକୁ ଚିଠି ଲେଖିଛି ସ୍ୱାସ୍ଥ୍ୟ ବିଭାଗ । ଯେଉଁସବୁ ଅଞ୍ଚଳରେ ଅଧିକ ସଂକ୍ରମିତ ଚିହ୍ନଟ ହେବେ ସେହି ଅଞ୍ଚଳକୁ ସିଲ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ରାଜ୍ୟବାସୀ କୋଭିଡ଼ ନିୟମ ମାନି ସତର୍କ ରହିଲେ ତୃତୀୟ ଲହରକୁ ଏଡ଼ାଇ ହେବ ବୋଲି କହିଛି ସ୍ୱାସ୍ଥ୍ୟ ବିଭାଗ ।