ଜିଲ୍ଲା ସ୍ତରୀୟ ଯୁବ ସମ୍ମିଳନୀ

0 120

ଫୁଲବାଣୀ: କନ୍ଧମାଳ ଜିଲ୍ଲାର ସ୍ଥାନୀୟ ଗାନ୍ଧୀ ସ୍ମୃତି ଭବନ ସଭାଗୃହ ଠାରେ ନେହେରୁ ଯୁବକେନ୍ଦ୍ର ଫୁଲବାଣୀ ତରଫରୁ ଜ଼ିଲ୍ଲାସ୍ତରୀୟ ଯୁବ ସମିଳନୀ ଅନୁଷ୍ଠିତ ହୋଇଯାଇଅଛି । ଅନୁଷ୍ଟିତ କାର୍ଯ୍ୟକ୍ରମକୁ ମୁଖ୍ୟ ଅତିଥି ଭାବରେ ଏନଏସଏସ ପ୍ରୋଗ୍ରାମ ଅଫିସର ଡ଼ଃ ନୀଳମାଧବ ପାଢ଼ୀ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବରେ ଜ଼ିଲ୍ଲା ଶିଳ୍ପକେନ୍ଦ୍ର ଫୁଲବାଣୀର ମୁଖ୍ୟ ଏନ କେ ସିଂ ଜ଼ିଲ୍ଲା ମୁଖ୍ୟ ହସ୍ପିଟାଲର ପରାମର୍ଶଦାତା ଦେବାଶିଷ ମିଶ୍ର, ଆଇନଜୀବି ବିଜୟ କୃଷ୍ଣ ପଟ୍ଟନାୟକ, ଜ଼ିଲ୍ଲା କ୍ରୀଡା ଅଧିକାରୀ ଜିତେନ୍ଦ୍ର କୁମାର ମହାକୁଡ଼, ଜ଼ିଲ୍ଲା ଶିଳ୍ପ କେନ୍ଦ୍ର ଫୁଲବାଣୀର ରାମ ଚନ୍ଦ୍ର ମାଝୀ, ବିଭୂପ୍ରିୟା ଜେନା ଏବଂ ନେହରୁ ଯୁବ କେନ୍ଦ୍ର ଫୁଲବାଣୀର ଜ଼ିଲ୍ଲା ଯୁବ ଅଧିକାରୀ ନଭନୀତ କୁମାର ଏବଂ ସହକର୍ମୀ ସତ୍ୟବାନ ଦଳବେହେରା ପ୍ରମୁଖ ଯୋଗ ଦେଇଥିଲେ । ଅନୁଷ୍ଠିତ କାର୍ଯ୍ୟକ୍ରମକୁ କନ୍ଧମାଳ ଜ଼ିଲ୍ଲାର ପ୍ରତେକ ବ୍ଲକର ଯୁବକ ଓ ଯୁବତୀ ଅଂଶ ଗ୍ରହଣ କରିଥିଲେ ।

hiring

ଏହି ଦିବସରେ ଏକ ଭାରତ ସରକାରଙ୍କର ବିଭିନ୍ନ ଯୋଜନା ବିଷୟରେ ଆଲୋଚନା ହୋଇଥିଲା । ମୁଖ୍ୟ ଅତିଥି ଅନଷ୍ଠିତ ଦିବସର ମୁଖ୍ୟ ଲକ୍ଷ୍ୟ ଓ ଉଦ୍ଦେଶ୍ୟ ବିଷୟରେ ଉପସ୍ଥିତ ଯୁବ ଭାଇ ଓ ଭଉଣୀଙ୍କୁ ଅବଗତ କରିଥିଲେ । ନେହରୁ ଯୁବ କେନ୍ଦ୍ର ଫୁଲବାଣୀର ଜ଼ିଲ୍ଲା ଯୁବ ଅଧିକାରୀ ନେହରୁ ଯୁବ କେନ୍ଦ୍ର ଫୁଲବାଣୀ କାର୍ଯ୍ୟାଳୟର ବିଭିନ୍ନ ପ୍ରକାରର କାର୍ଯ୍ୟକ୍ରମ ବିଷୟରେ ଅବଗତ କରିଥିଲେ । ପରିଶେଷରେ ସ୍ୱେଚ୍ଛାସେବୀ ସୋନାଲି ଡିଗାଲ ମୁଖ୍ୟ ଅତିଥି, ଅନ୍ୟାନ୍ୟ ଅତିଥି ଓ ଉପସ୍ଥିତ ଯୁବ ଭାଇ ଓ ଭଉଣୀ ମାନଙ୍କୁ ଧନ୍ୟବାଦ ଦେଇ ସଭା ସାଙ୍ଗ କରିଥିଲେ ।

hiranchal ad1
Leave A Reply

Your email address will not be published.

three − one =