ଭୁବନେଶ୍ୱର : ଆଣ୍ଡାମାନ ସାଗର ଓ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଗୁଚାପରୁ ଆସନ୍ତା ୪୮ ଘଣ୍ଟା ବର୍ଷାର ସମ୍ଭାବନା ରହିଛି । ଉତ୍ତର, ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡିଶାରେ ଏହି ବର୍ଷା ଅଧିକ ପରିମାଣରେ ହେବ ବୋଲି ପାଣିପାଗ ବିଭାଗ ପୂର୍ବନୁମାନ କରିଛି । ଭଦ୍ରକ, ବାଲେଶ୍ୱର, ଯାଜପୁର, କେନ୍ଦୁଝର, ମୟୁରଭଞ୍ଜ, ଢେଙ୍କାନାଳ, ଅନୁଗୋଳ, ଗଞ୍ଜାମ, ଗଜପତି, ରାୟଗଡା, କଳାହାଣ୍ଡି ଓ କନ୍ଧମାଳ ଆଦି ୧୧ଟି ଜିଲ୍ଲାରେ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସମୟରେ ୫୦ରୁ ୬୦ କି.ମି. ବେଗରେ ପବନ ବହିବା ସହିତ ସ୍ଥାନେ ସ୍ଥାନେ କୁଆପଥର ବୃଷ୍ଟି ହେବାର ସମ୍ଭାବନା ଦେଖାଯାଇଛି । ଆସନ୍ତା ୭ ତାରିଖ ପରେ ପାଗରେ ପରିବର୍ତ୍ତନ ଆସିବ ବୋଲି ପାଣିପାଗ ବିଭାଗ ତାହାର ବୁଲିଟିନରେ ସୂଚନା ଦେଇଛି ।