ଚନ୍ଦ୍ରଭାଗା ମେଳାରେ ଶ୍ରଦ୍ଧାଳୁ ମାନଙ୍କ ପ୍ରବେଶ ଉପରେ ପ୍ରଶାସନ ପକ୍ଷରୁ କଟକଣା

0 60

ପୁରୀ,୫/୨- କରୋନା କଟକଣାକୁ ଦୃଷ୍ଟିରେ ରଖି ଚନ୍ଦ୍ରଭାଗା ମେଳାରେ ଶ୍ରଦ୍ଧାଳୁ ମାନଙ୍କ ପ୍ରବେଶ ଉପରେ ପ୍ରଶାସନ ପକ୍ଷରୁ କଟକଣା ଜାରିକରାଯାଇଛି । କୋଣାର୍କ ଥାନା ଅନ୍ତର୍ଗତ ଚନ୍ଦ୍ରଭାଗା ମେଳା ପଡିଆ, ତୀର୍ଥ ପୁଷ୍କରିଣୀ, ନବଗ୍ରହ ମନ୍ଦିରରେ ସର୍ବସାଧାରଣ ପ୍ରବେଶ ଉପରେ କଟକଣା ଜାରି କରାଯାଇଛି । ଆସନ୍ତା ୬ ତାରିଖ ଅପରାହ୍ନ ୪ ଟାରୁ ୭ ତାରିଖ ସକାଳ ୯ ଘଟିକା ତଥା ନୀତିକାନ୍ତି ସମ୍ପର୍ଣ୍ଣ ହେବା ପର୍ଯ୍ୟନ୍ତ ଏହି କଟକଣା ବଳବତ୍ତର ରହିବ । ଚନ୍ଦ୍ରଭାଗା ବୁଡ ପକାଇବା ନିମନ୍ତେ ଭିଡ ହେବା ସହ ସାମାଜିକ ଦୂରତ୍ୱ ରକ୍ଷା ନିୟମ ଉଲ୍ଲଂଘନ ଏବଂ କରୋନା ବ୍ୟାପିବାର ଆଶଙ୍କା ଥିବାରୁ ଏଭଳି କଟକଣା ଜାରି କରାଯାଇଛି । ଏହି ସମୟ ମଧ୍ୟରେ ନୀତିକାନ୍ତି ସହ ଜଡିତ ସେବାୟତ, ଦାୟିତ୍ୱରେ ଥିବା ସରକାରୀ ଅଧିକାରୀ, ସ୍ଥାନୀୟ ଗଣାମଧ୍ୟମ ପ୍ରତିନିଧି ଏବଂ ସ୍ୱୀକୃତିପ୍ରାପ୍ତ ବ୍ୟକ୍ତିବିଶେଷଙ୍କ ପ୍ରବେଶାନୁମତି ରହିବ । ଉପ-ଜିଲ୍ଲାପାଳ ଶ୍ରୀ ଭବତାରଣ ସାହୁ ଏ ସଂକ୍ରାନ୍ତୀୟ ନିର୍ଦ୍ଦେଶନାମା ଜାରି କରିଛନ୍ତି । ଉକ୍ତ ନିର୍ଦ୍ଦେଶନାମାର କଡାକଡି ପାଳନ ନିମନ୍ତେ ସଂପୃକ୍ତ ଥାନାଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।

hiranchal ad1
Leave A Reply

Your email address will not be published.

8 + eleven =