ପୂର୍ବତନ ବିଧାୟିକା ରୋଶନୀ ସିଂଦେଓଙ୍କ ପରଲୋକ

0 81

ଧର୍ମଗଡ : ପୂର୍ବତନ ବିଧାୟିକା ରୋଶନୀ ସିଂଦେଓଙ୍କ ପରଲୋକ । ୮୨ ବର୍ଷ ବୟସରେ ଭୁବନେଶ୍ବର ସ୍ଥିତ ବାସଭବନରେ ତାଙ୍କର ଦେହାନ୍ତ ହୋଇଛି । ରୋଶନୀ ସିଂହଦେଓ ହେଉଛନ୍ତି ବିଜେଡି ନେତା ପୁଷ୍ପେନ୍ଦ୍ର ସିଂହଦେଓଙ୍କ ମା’ ।ରୋଶନୀ ସିଂହଦେଓ କୋକସରାରୁ ଲଗାଗାତ ୨ ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ୧୯୯୫-୨୦୦୦ ଏବଂ ୨୦୦୦-୨୦୦୪ରୁ ସେ ବିଧାୟିକା ଥିଲେ ।  ଜନତା ଦଳରୁ ୧୯୯୫ରୁ ୨୦୦୦ ଓ ବିଜୁ ଜନତା ଦଳରୁ ୨୦୦୦ ରୁ ୨୦୦୪ ପର୍ଯ୍ୟନ୍ତ ବିଧାୟିକା ରହିଥିଲେ ।ନିର୍ବାଚନ ମଣ୍ଡଳୀ ବିଭାଜନ ପରେ ତାଙ୍କ ସୁପୁତ୍ର ପୁଷ୍ପେନ୍ଦ୍ର ସିଂଦେଓ ବିଜୁ ଜନତା ଦଳରୁ ୨୦୦୪ ରୁ ୨୦୧୯ ପର୍ଯ୍ୟନ୍ତ ଧର୍ମଗଡ ନିର୍ବାଚନ ମଣ୍ଡଳୀରୁ କ୍ରମାଗତ ବିଧାୟକ ରହିଥିଲେ । ବର୍ତ୍ତମାନ ସେ କଳାହାଣ୍ଡି ଜିଲ୍ଲା ବିଜେଡିର ସଭାପତି ରହିଛନ୍ତି । ରୋଶନୀ ସିଂହଦେଓଙ୍କ ମୃତ୍ୟୁ ଖବର ଶୁଣିବା ପରେ କଳାହାଣ୍ଡି ଜିଲ୍ଲାରେ ଶୋକର ଛାୟା ଖେଳିଯାଇଛି । ତାଙ୍କ ମରଶରୀର ଜୟପାଟଣା ଅଣାଯାଉଛି ।

hiranchal ad1
Leave A Reply

Your email address will not be published.

fifteen − three =