ହାଇକୋର୍ଟରେ ଶପଥ ନେଲେ ୩ ନୂଆ ବିଚାରପତି

0 43

କଟକ: ଆଜି ଓଡିଶା ହାଇକୋର୍ଟର ୩ ନୂଆ ବିଚାରପତି ଶପଥ ଗ୍ରହଣ କରିଛନ୍ତି । ଆଇନଜୀବୀ ଭି.ନରସିଂହ, ବିରଜା ପ୍ରସନ୍ନ ଶତପଥୀ ଓ ଏମ. ଏସ ରମଣ ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଶପଥ ନେଇଛନ୍ତି ତିନି ନୂଆ ବିଚାରପତି । ୩ ବିଚାରପତିଙ୍କୁ ଶପଥ ପାଠ କରାଇଛନ୍ତି ମୁଖ୍ୟ ବିଚାରପତି ଜଷ୍ଟିସ ଏସ. ମୁରଲୀଧର । ଏହି ତିନି ବିଚାରପତିଙ୍କ ଯୋଗଦାନ ପରେ ଓଡିଶା ହାଇକୋର୍ଟରେ ବିଚାରପତି ସଂଖ୍ୟା ୨୧ରେ ପହଞ୍ଚିଛି।
ସୂଚନାଯୋଗ୍ୟ ଆଇନଜୀବୀ ଭି.ନରସିଂହ, ବିରଜା ପ୍ରସନ୍ନ ଶତପଥୀ ଓ ଏମ.ଏସ ରମଣଙ୍କ ନାମକୁ ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ପାଇଁ ସୁପ୍ରିମକୋର୍ଟ କଲେଜିୟମ ସୁପାରିସ କରିଥିଲେ । ରାଷ୍ଟ୍ରପତିଙ୍କ ଅନୁମୋଦନ ଲାଭ କରିବା ପରେ କେନ୍ଦ୍ର ଆଇନ ମନ୍ତ୍ରଣାଳୟ ପକ୍ଷରୁ ଏନେଇ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶିତ ହୋଇଥିଲା ।

hiranchal ad1
Leave A Reply

Your email address will not be published.

6 − 1 =