ଆଉ ନାହାନ୍ତି ବାପି ଲାହିରି

0 125

ମୁମ୍ବାଇ: ମୁମ୍ବାଇର ଏକ ଡାକ୍ତରଖାନାରେ ଗାୟକ ତଥା ସଙ୍ଗୀତ ନିର୍ଦେଶକ ବାପି ଲାହିରିଙ୍କ ଦେହାନ୍ତ ହୋଇଯାଇଥିବା କଥା ଜଣେ ଡାକ୍ତର ସୂଚନା ଦେଇଛନ୍ତି। ମୃତ୍ୟୁବେଳକୁ ତାଙ୍କୁ ୬୯ ବର୍ଷ ହୋଇଥିଲା। ଏକାଧିକ ଶାରିରୀକ ଅସୁବିଧା ନିମନ୍ତେ ତାଙ୍କର ଚିକିତ୍ସା ଚାଲିଥିଲା। ପ୍ରାପ୍ତ ସୂଚନା ଅନୁସାରେ ଗତକାଲି ବାପି ଲାହିରି ଘରେ ଥି‌ବାବେଳେ ଅସୁସ୍ଥ ହୋଇପଡ଼ିଥିଲେ। ତୁରନ୍ତ ତାଙ୍କୁ ଜୁହୁସ୍ଥିତ ଏକ ଡାକ୍ତରଖାନାକୁ ନିଆଯାଇଥିଲା। ସେଠାରେ ତାଙ୍କର ମୃତ୍ୟୁ ଘଟିଥିଲା। ଗତରାତିରେ ‘ଅବ୍‌ଷ୍ଟ୍ରକ୍‌ଟିଭ୍‌ ସ୍ଲିପ୍‌ ଆପନିଆ’ ଯୋଗୁଁ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି।

hiring

ମୁଖ୍ୟତଃ  ୮୦ ଓ ୯୦ ଦଶକରେ ବଲିଉଡରେ ରାଜ୍ କରିଥିଲେ ବାପି ଦା’।  ସୁପରହିଟ୍‌ ଫିଲ୍ମ ‘ଚଲତେ ଚଲତେ’, ‘ଡିସ୍କୋ ଡ୍ୟାନ୍ସର’, ‘ଶରାବୀ’ ଓ ‘ନମକ ହଲାଲ’ ଭଳି ଫିଲ୍ମରେ ମ୍ୟୁଜିକ ଦେଇ ବେଶ୍‌ ଲୋକପ୍ରିୟତା ସାଉଣ୍ଟିଥିଲେ ବାପି ଦା’। ଶେଷ ଥର ପାଇଁ ବିଗ୍‌ ବସ୍‌-୧୫ରେ ସଲଖାନ ଖାଁଙ୍କ ସହ ତାଙ୍କୁ ଦେଖିବାକୁ ପାଇଥିଲେ ଦର୍ଶକ। ବାପି ଲାହିରିଙ୍କ ପ୍ରକୃତ ନାଁ ଆଲୋକେଶ ଲାହିରି। ୧୯୫୨ ମସିହା ନଭେମ୍ବର ୨୭ ତାରିଖରେ ପଶ୍ଚିମବଙ୍ଗର ଜଲପାଇଗୁଡ଼ିରେ ଏକ ବ୍ରାହ୍ମଣ ପରିବାରରେ ସେ ଜନ୍ମ ହୋଇଥିଲେ। ତାଙ୍କ ବାପାମା’ ମଧ୍ୟ ଗାୟକ ଥିଲେ। ତିନି ବର୍ଷ ବୟସରୁ ସେ ତାବ୍‌ଲା ବଜାଇବା ଶିଖିଥିଲେ। ପ୍ରାରମ୍ଭରେ ତାଙ୍କ ବାପାମା’ ଥିଲେ ତାଙ୍କର ସଙ୍ଗୀତ ଗୁରୁ।

hiranchal ad1
Leave A Reply

Your email address will not be published.

four × 4 =