ଓଲଟିଲା ପୋଲିଂ ପାର୍ଟି ବସ୍‌; ୩ ମୃତ, ୩୦ ଆହତ

0 346

ନବରଙ୍ଗପୁର: ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଯାଉଥିବା ପୋଲିଂ ପାର୍ଟି ବସ ଦୁର୍ଘଟଣା ହୋଇଥିବା ଜଣାପଡ଼ିଛି । ଏଥିରେ ୩ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ, ୩୦ରୁ ଅଧିକ ଆହତ ହୋଇଛନ୍ତି । ପାପଡାହାଣ୍ଡି ଥାନା ସରସପଦର ଗାଁ ନିକଟରେ ଭାରସାମ୍ୟ ହରାଇ ବସ୍‌ଟି ଓଲଟି ପଡିଛି । ଗୁରୁତର ମାନଙ୍କୁ ନବରଙ୍ଗପୁର ଡାକ୍ତରଖାନା ସ୍ଥାନାନ୍ତର କରାଯାଇଥିବା ବେଳେ ଆହତ ମାନଙ୍କୁ ପାପଡାହାଣ୍ଡି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ମିଳିଥିବା ସୂଚନା ଅନୁସାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ନବରଙ୍ଗପୁରରୁ ବସ୍‌ଟି ପୋଲିଂ ପାର୍ଟିଙ୍କୁ ନେଇ କୋଷାଗୁମୁଡା ଯାଉଥିଲା । ବସ୍‌ରେ ୪୫ ଜଣ ପୋଲିସ୍‌ କର୍ମଚାରୀ ଥିବା ଜଣାପଡ଼ିଛି ।

hiring

ଟ୍ବିଟ୍ କରି ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, ନବରଙ୍ଗପୁର ଜିଲ୍ଲା ସୋରିଷପଦର ନିକଟରେ ନିର୍ବାଚନ ଡ୍ୟୁଟିରେ ଯାଉଥିବା ପୋଲିସ ବସ୍ ଦୁର୍ଘଟଣାରେ ସଂଖ୍ୟାଧିକ ପୋଲିସ କର୍ମଚାରୀ ପ୍ରାଣ ହରାଇଥିବା ବିଷୟରେ ଜାଣି ମୁଁ ଦୁଃଖିତ। ଏପରି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଇବା ସହ ସମସ୍ତ ଆହତଙ୍କ ଆଶୁଆରୋଗ୍ୟ କାମନା କରୁଛି ବୋଲି ମୁଖ୍ୟମନ୍ତ୍ରୀ ଟ୍ବିଟ୍ କରିଛନ୍ତି ।

ମର୍ମନ୍ତୁଦ ଦୁର୍ଘଟଣା ନେଇ ଦୁଃଖ ପ୍ରକାଶ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ପଞ୍ଚାୟତ ନିର୍ବାଚନ କାମରେ ନିୟୋଜିତ ପୋଲିସ କର୍ମଚାରୀ ପ୍ରାଣ ହରାଇଥିବାରୁ ସେ ଦୁଃଖ ପ୍ରକାଶ କରିଛନ୍ତି । ଦୁର୍ଘଟଣାରେ ପ୍ରାଣ ହରାଇଥିବା ମୃତକଙ୍କ ପରିବାରକୁ ସମବେଦନା ଜଣାଇବା ସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି । ଏହି ଦୁଃଖଦ ସମୟରେ ମହାପ୍ରଭୁ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ଅସୀମ ଧର୍ଯ୍ୟ ଓ ସାହସ ପ୍ରଦାନ କରନ୍ତୁ ବୋଲି ଟ୍ବିଟ୍ କରିଛନ୍ତି ଧର୍ମେନ୍ଦ୍ର ।

hiranchal ad1
Leave A Reply

Your email address will not be published.

eighteen + 7 =