ଆସନ୍ତାକାଲି ଭାରତ ବନ୍ଦ

0 260

ନୂଆଦିଲ୍ଲୀ:ଆସନ୍ତା କାଲି ଓ ତା’ପର ଦିନ ଭାରତ ବନ୍ଦ । ମାର୍ଚ୍ଚ ୨୮ ଓ ୨୯ରେ ଭାରତ ବନ୍ଦ ଡାକରା ଦେଇଚି ଟ୍ରେଡ୍‌ ୟୁନିୟନ୍‌ । କେନ୍ଦ୍ର ସରକାରଙ୍କ ନୀତିକୁ ବିରୋଧ କରି ଟ୍ରେଡ୍‌ ୟୁନିୟନ୍‌ ଏହି ଡାକରା ଦେଇଛି । ଏଥିରେ ବ୍ୟାଙ୍କ ୟୁନିୟନ ସାମିଲ ହେବା ପାଇଁ ନିଷ୍ପତ୍ତି ନେଇଛନ୍ତି । ଭାରତ ବନ୍ଦ ନେଇ ଦିଲ୍ଲୀରେ ଟ୍ରେଡ ୟୁନିୟନମାନଙ୍କ ତରଫରୁ ଏକ ବୈଠକ କରାଯାଇ ଆନ୍ଦୋଳନର ରୂପରେଖ ପ୍ରସ୍ତୁତ କରାଯାଇଛି । ଏନେଇ ଟ୍ରେଡ ୟୁନିୟନମାନେ କହିଛନ୍ତି, କେନ୍ଦ୍ର ସରକାରଙ୍କ କୃଷକ ମାରଣ, ଜନ ବିରୋଧୀ ଓ ରାଷ୍ଟ୍ର ବିରୋଧୀ ନୀତି, ଦେଶରେ ଅତ୍ୟାବଶ୍ୟକ ସାମଗ୍ରୀ ଉପରେ ଅହେତୁକ ଦରବୃଦ୍ଧି, ଇପିଏଫଧାରୀଙ୍କୁ ଜମା ଉପରେ ସୁଧହାର ହ୍ରାସ ବିରୋଧରେ ଏହି ବନ୍ଦ ଡାକରା ଦିଆଯାଇଛି । କେନ୍ଦ୍ର ସରକାର ଯେଉଁଭଳି ଭାବେ ନୂତନ ଶ୍ରମକୋଡ୍‌ ଲାଗୁ କରି ସାଧାରଣ ଶ୍ରମିକମାନଙ୍କୁ ଶୋଷଣ କରିବାକୁ ଚେଷ୍ଟା କରିଛନ୍ତି । ବିଶେଷ ଭାବେ ଏହା ବିରୋଧରେ ଏହି ଆନ୍ଦୋଳନ ମୁଣ୍ଡ ଟେକିଛି ବୋଲି ଟ୍ରେଡ ୟୁନିୟନ ନେତାମାନେ କହିଛନ୍ତି ।

hiranchal ad1
Leave A Reply

Your email address will not be published.

3 × 4 =