ପୁଣି ଏକ ହଜାର ଡେଇଁଲା କୋଭିଡ୍‌ ପଜିଟିଭ

0 81

ନୂଆଦିଲ୍ଲୀ: ଗତକାଲି ଦେଶରେ ଦୈନିକ କରୋନାଭାଇରସ୍‌ ସଂକ୍ରମଣ ସଂଖ୍ୟା ୮୦୦ରୁ କମ୍‌ ଥିବାବେଳେ ଆଜି ୧୦୦୦ରୁ କିଛି ଅଧିକ ହୋଇଯାଇଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୦୮୮ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୨୬ମୃତ୍ୟୁ ରେକର୍ଡ କରାଯାଇଛି । ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧,୦୮୮ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୦,୩୮,୦୧୬ରେ ପହଞ୍ଚିଛି । ଗତ ୨୪ ଘଣ୍ଟାରେ ହୋଇଥିବା ୬ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୧,୭୩୬ରେ ପହଞ୍ଚିଛି । ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୦୮୧ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୫,୦୫,୪୧୦ । ଏହାଛଡା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୦୮୭୦ । ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୮୬,୦୭,୦୬,୪୯୯ ହିତାଧିକାରୀଙ୍କୁ ଟିକା ଦିଆଯାଇଛି । ‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୭୯,୪୫,୨୫,୨୦୨ଟି ନମୁନା ପରୀକ୍ଷା କରାଯାଇଛି । ଗତକାଲି ପରୀକ୍ଷା କରାଯାଇଛି ୪,୦୬,୨୫୧ଟି ନମୁନା ।

hiranchal ad1
Leave A Reply

Your email address will not be published.

eleven − 3 =