ନବରଙ୍ଗପୁର ଜିଲ୍ଲାସ୍ତରୀୟ ପୂର୍ବତନ ମୁଖ୍ୟମନ୍ତ୍ରୀ ଡକ୍ଟର ସଦାଶିବ ତ୍ରିପାଠୀଙ୍କ ଜୟନ୍ତୀ ପାଳିତ

0 104

ନବରଙ୍ଗପୁର : ବିଶିଷ୍ଟ ସ୍ୱାଧିନତା ସଂଗ୍ରାମୀ ତଥା ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ଡକ୍ଟର ସଦାଶିବ ତ୍ରିପାଠୀଙ୍କ ୧୧୩ ତମ ଜିଲ୍ଲାସ୍ତରୀୟ ଜୟନ୍ତୀ ପାଳିତ ହୋଇଯାଇଛି । ଏହି ଅବସରରେ ସଦାଶିବ ତ୍ରିପାଠୀ ପାର୍କ ସ୍ଥିତ ସଦାଶିବ ତ୍ରିପାଠୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଥିଲା । ଏଥିରେ ମୁଖ୍ୟ ଅତିଥି ଭାବେ ନବରଙ୍ଗପୁର ବିଧାୟକ ସଦାଶିବ ପ୍ରଧାନୀ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଜିଲ୍ଲାପାଳ ଡକ୍ଟର କମଳ ଲୋଚନ ମିଶ, ଅତିରିକ୍ତ ଜିଲ୍ଲାପାଳ ଭାସ୍କର ରାଇତ, ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକ, ପୌରପାଳିକା ଅଧ୍ୟକ୍ଷ କୁନୁ ନାୟକ, ଡକ୍ଟର ରାଧାନାଥ ବେହେରା, ଡକ୍ଟର ବିଜୟ କୁମାର ମିଶ୍ର, କେଦାରନାଥ ତ୍ରିପାଠୀ, ବିଜୟ ଚୌଧୁରୀ, ବିଭିନ୍ନ ବିଭାଗୀୟ ଅଧିକାରୀ, ବରିଷ୍ଠ ନାଗରିକ, ଶିକ୍ଷକ ଶିକ୍ଷୟତ୍ରୀ ଛାତ୍ରଛାତ୍ରୀ, ଗଣମାଧ୍ୟମର ପ୍ରତିନିଧି ପ୍ରମୁଖ ଯୋଗ ଦେଇ ଡକ୍ଟର ସଦାଶିବ ତ୍ରିପାଠୀଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ । ଏହି ଅବସରରେ ସ୍ଥାନୀୟ ରାଜା ଚୈତନ୍ୟ ଦେବ ଉଚ୍ଚ ବିଦ୍ୟାଳୟରେ ଅତିରିକ୍ତ ଜିଲ୍ଲାପାଳ ଭାସ୍କର ରାଇତଙ୍କ ଅଧ୍ୟକ୍ଷତାରେ ଏକ ସ୍ମୃତି ଚାରଣ ସଭା ଅନୁଷ୍ଠିତ ହୋଇଥିଲା । ଏହି ସବୁ କାର୍ଯ୍ୟକ୍ରମକୁ ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ହଳଧର ନିଆଲ ପରିଚାଳନା କରିଥିଲେ ଏବଂ ଶେଷରେ ଜିଲ୍ଲା ସଂସ୍କୃତି ଅଧିକାରୀ ଘାସିଆ ସୁନା ସମସ୍ତଙ୍କୁ ଧନ୍ୟବାଦ୍‌ ଦେଇଥିଲେ । ଏହି ସବୁ କାର୍ଯ୍ୟକ୍ରମରେ ଜିଲ୍ଲା ସୂଚନା ଓ ଲୋକସଂପର୍କ ତଥା ଜିଲ୍ଲା ସଂସ୍କୃତି ବିଭାଗର ସମସ୍ତ କର୍ମଚାରୀ ସହଯୋଗ କରିଥିଲେ ।

hiranchal ad1
Leave A Reply

Your email address will not be published.

14 − five =