କଟକ,୨୨/୪ : ଓଡିଶା କ୍ରିକେଟ୍ପ୍ରେମୀଙ୍କ ପାଇଁ ଖୁସିର ଖବର । କଟକର ବାରବାଟୀ ଷ୍ଟାଡିୟମରେ ଖେଳାଯିବ ଭାରତ-ଦକ୍ଷିଣ ଆଫ୍ରିକା ଟି-୨୦ ମ୍ୟାଚ୍ । ଜୁନ ୧୨ ତାରିଖରେ ଦୁଇ ଦେଶ ମଧ୍ୟରେ ଖେଳାଯିବ ଟି-୨୦ । ଏ ନେଇ ଶୁକ୍ରବାର ସୂଚନା ଦେଇଛନ୍ତି ଓସିଏ ସଂପାଦକ ସଞ୍ଜୟ ବେହେରା । କରୋନା ମହାମାରୀ କାରଣରୁ ବାରବାଟୀ ଷ୍ଟାଡିୟମରେ ଭାରତ ଏବଂ ୱେଷ୍ଟଇଣ୍ଡିଜ ଟି-୨୦ ମ୍ୟାଚ୍ ଖେଳାଯାଇ ପାରିନଥିଲା । ଆଜି ମ୍ୟାଚ୍ ଆୟୋଜନର ତାରିଖ ଘୋଷଣା କରାଯାଇଛି । ଏହି ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜ୍ ପାଞ୍ଚଟି ସ୍ଥାନରେ ଖେଳାଯିବ । ଟି-୨୦ ସିରିଜ୍ କଟକ, ବିଶାଖାପଟ୍ଟନମ, ଦିଲ୍ଲୀ, ରାଜକୋଟ ଏବଂ ଚେନ୍ନାଇରେ ଖେଳାଯିବ । ବାରବାଟୀରେ ଫେବୃଆରୀ ୧୫ରେ ଭାରତ ଓ ଇଣ୍ଡିଜ ମଧ୍ୟରେ ତିନି ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜ୍ର ପ୍ରଥମ ମ୍ୟାଚ୍ ଖେଳାଯିବାର କାର୍ଯ୍ୟକ୍ରମ ଥିଲା । ତେବେ କରୋନା ଭାଇରସ୍ର ପ୍ରକୋପକୁ ଦୃଷ୍ଟିରେ ରଖି ବିସିସିଆଇ କ୍ରୀଡାସୂଚୀରେ କାଣ୍ଟଛାଣ୍ଟ କରିଥିଲା ।