ବାତ୍ୟା ଅସାନି ସମ୍ପର୍କରେ ବଡ଼ ସୂଚନା ଦେଲେ ଏସ୍‌ଆରସି

0 113

ଭୁବନେଶ୍ୱର: ଦକ୍ଷିଣପୂର୍ବ ବଙ୍ଗୋପସାଗର ଉପରେ ସୃଷ୍ଟି ହୋଇଥିବା ବାତ୍ୟା ଅସାନି ସମ୍ପର୍କରେ ବଡ଼ ସୂଚନା ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା। ବାତ୍ୟା ଅସାନି ଏବେ ପୁରୀ ଠାରୁ ଦକ୍ଷିଣ-ଦକ୍ଷିଣପୂର୍ବ ଦିଗରେ ପ୍ରାୟ ୯୨୦ କିମି ଦୂରରେ ରହିଛି। ବାତ୍ୟା ୧୦ ତାରିଖ ସନ୍ଧ୍ୟା ସମୟରେ ଓଡ଼ିଶା ଓ ଆନ୍ଧ୍ର ପ୍ରଦେଶ ଉପକୂଳ ଦେଇ ଅତିକ୍ରମ କରିବ। ହେଲେ ସ୍ଥଳ ଭାଗକୁ ଆସିବ ନାହିଁ। ସମୁଦ୍ର ମଧ୍ୟରେ ସମାନ୍ତରଳ ଭାବେ ଏହା ଉତ୍ତର ବଙ୍ଗୋପସାଗର ମୁହଁ ହେବ। ପୁରୀ ଠାରୁ ଏହା ପ୍ରାୟ ୯୦ରୁ ୧୦୦ କିମି ଦୂରରେ ଅତିକ୍ରମ କରିବ। ବାତ୍ୟା ଅତିକ୍ରମ କରିବା ବେଳେ ପବନର ସର୍ବାଧିକ ଘଣ୍ଟାପ୍ରତି ବେଗ ୫୦ କିମି ଯାଏ ରହିବ। ୧୦ ତାରିଖରେ ବାତ୍ୟା ଯୋଗୁ ଗଜପତି, ଗଞ୍ଜାମ ଓ ପୁରୀରେ ମଧ୍ୟମରୁ ପ୍ରବଳ ବର୍ଷା ହେବ। ସେହିପରି ୧୧ ତାରିଖରେ ଗଞ୍ଜାମ, ପୁରୀ, ଖୋର୍ଦ୍ଧା, କଟକ ଓ ଜଗତସିଂହପୁରରେ ପ୍ରବଳ ବର୍ଷାର ଆଶଙ୍କା ରହିଛି। ୧୨ରେ ପୁରୀ, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱରର ଗୋଟିଏ ଦୁଟି ସ୍ଥାନରେ ୭ରୁ ୧୧ ସେମି ଯାଏ ବର୍ଷା ହୋଇପାରେ ବୋଲି ସେ ସୂଚନା ଦେଇଛନ୍ତି।

hiranchal ad1
Leave A Reply

Your email address will not be published.

20 − twenty =