ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୫୪୧୪

0 58

ନୂଆଦିଲ୍ଲୀ,୨୬/୫: ଦେଶରେ ଏବେ ସକ୍ର୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୫୧୪ରେ ପହଞ୍ଚିଛି । ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୬୨୮ କରୋନା ଜନିତ ନୂତନ ସଂକ୍ରମଣ ଓ ୧୮ ମୃତ୍ୟୁ ରେକର୍ଡ କରାଯାଇଛି । ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୨,୬୨୮ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୧,୪୪,୮୨୦ରେ ପହଞ୍ଚିଛି । ଗତ ୨୪ ଘଣ୍ଟାରେ ହୋଇଥିବା ୧୮ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ଜନିତ ମୃତ୍ୟୁସଂଖ୍ୟା ୫,୨୪,୫୨୫ରେ ପହଞ୍ଚିଛି । ଗତ ୨୪ ଘଣ୍ଟାରେ କୋଭିଡ୍‌ ସଂକ୍ରମଣରୁ ସୁସ୍ଥ ହୋଇଥିବା ୨୧୬୭ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୬,୦୪,୮୮୧ । ଏହାଛଡା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୫୪୧୪ । ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ,ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୯୨,୮୨,୦୩,୫୫୫ ହିତାଧିକାରୀଙ୍କୁ ଟିକା ଦିଆଯାଇଛି । ‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୪,୮୪,୧୧,୩୫୬ଟି ନମୁନା ପରୀକ୍ଷା କରାଯାଇଛି । ଗତକାଲି ପରୀକ୍ଷା କରାଯାଇଛି ୪,୫୨,୫୮୦ଟି ନମୁନା ।

hiranchal ad1
Leave A Reply

Your email address will not be published.

one + 8 =