ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ସାକ୍ଷାତ କଲେ ମୁଖ୍ୟମନ୍ତ୍ରୀ

0 93

ନୂଆଦିଲ୍ଲୀ : ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପରେ ନବୀନ ଓ ମୋଦୀଙ୍କ ମଧ୍ୟରେ ୩୦ ମିନିଟର ଆଲୋଚନା ହୋଇଥିଲା। ମୋଦୀଙ୍କୁ ଭେଟିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରତିକ୍ରିୟା ଦେଇ କହିଛନ୍ତି “କରୋନା ପାଇଁ ପ୍ରଧାନମନ୍ତ୍ରୀଙ୍କ ସହିତ ଭେଟ ହୋଇ ପାରିନଥିଲା। ରାଜ୍ୟର ବିଭିନ୍ନ ପ୍ରସଙ୍ଗକୁ ନେଇ ପ୍ରଧାନମନ୍ତ୍ରୀଙ୍କ ସହିତ ଆଲୋଚନା ହୋଇଛି । ଏହା ଏକ ସୌଜନ୍ୟମୂଳକ ସାକ୍ଷାତ ଥିଲା। ରାଷ୍ଟ୍ରପତି ନିର୍ବାଚନ ନେଇ କୌଣସି ଆଲୋଚନା ହୋଇନି”।

hiring

ସୂଚନା ଥାଉକି ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନଙ୍କ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ସନ୍ଧ୍ୟା ୬: ୩୦ ରେ ଦୁଇ ନେତାଙ୍କ ମଧ୍ୟରେ ଆଲୋଚନା ହେବ। ରାଜ୍ଯର ବିଭିନ୍ନ ପ୍ରସଙ୍ଗକୁ ନେଇ ଅମିତ ଶାହଙ୍କ ସହିତ ଆଲୋଚନା କରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।  

hiranchal ad1
Leave A Reply

Your email address will not be published.

20 − five =