ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ରାୟଗଡ ବ୍ଳକ ର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଠାରେ ଓଡ଼ିଶା ମୋ ପରିବାର ଜୀବନ ବିନ୍ଦୁ ଆନୁକୂଲ୍ୟରେ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ବ୍ରହ୍ମ ପୁର ସାଂସଦ ଚନ୍ଦ୍ର ଶେଖର ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ରିବନ କାଟି ଶୁଭ ଉଦଘାଟନ କରିଥିଲେ ।
ଏହି କାର୍ଯ୍ୟକ୍ରମ ଓଡ଼ିଶା ମୋ ପରିବାର ଜୀବନ ବିନ୍ଦୁର ଜିଲ୍ଲା ସଂଯୋଜକ ଇନ୍ଦିରା ପଟ୍ଟନାୟକଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲା ବିଜେଡି ସଭାପତି ପ୍ରଦୀପ ନାୟକ,ରାୟଗଡ ବ୍ଳକ ଅଧ୍ୟକ୍ଷା ପୂର୍ଣ୍ଣବାସୀ ନାୟକ, ବରିଷ୍ଠ ବିଜେଡି ନେତା ଅନ୍ତର୍ଯ୍ୟାମୀ ଗୋମାଙ୍ଗ, ପୂର୍ବତନ ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ଆର ବିଜୟ କୁମାର, ବ୍ଳକ ଉପାଧ୍ୟକ୍ଷ ଜ୍ୟୋତି ପାଣି, ୧୪ ଜୋନର ଜିଲ୍ଲା ପରିଷଦ ସଭ୍ୟ ପିତାମ୍ବର ନାୟକ ବ୍ଳକ ସଭାପତି ସୀମାଞ୍ଚଳ ମହାନ୍ତି, ପର୍ଯ୍ୟବେକ୍ଷକ ଜଗଦୀଶ ରାଓ ପ୍ରମୁଖଙ୍କ ସହ ବହୁ ବିଜେଡି ନେତା ଓ କର୍ମୀ ଉପସ୍ଥିତ ଥିଲେ । ଆଜିର ଏହି କାର୍ଯ୍ୟକ୍ରମ ରେ ୫୦ ୟୁନିଟ ରକ୍ତ ସଂଗୃହୀତ ହୋଇ ଥିଲା ।