ଭୁବନେଶ୍ୱର: ଏନ୍ଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟ୍ କରି ଅପିଲ କରିଛନ୍ତି। ଦଳମତ ନିର୍ବିଶେଷରେ ସମସ୍ତ ବିଧାୟକ ସର୍ବସମ୍ମତି କ୍ରମେ ଶ୍ରୀମତୀ ମୁର୍ମୁଙ୍କୁ ସମର୍ଥନ କରିବାକୁ ସେ କହିଛନ୍ତି। ଏଥିସହ ଓଡ଼ିଶାର ଝିଅ ଦ୍ରୌପଦୀ ମୁର୍ମୁଙ୍କୁ ଦେଶର ସର୍ବୋଚ୍ଚ ପଦବୀ ପାଇଁ ସମର୍ଥନ କରିବାକୁ ଅପିଲ କରିଛନ୍ତି ମୁଖ୍ୟମନ୍ତ୍ରୀ।