ଭୁବନେଶ୍ୱର: ଜୁଲାଇ ଶେଷ ସପ୍ତାହରେ ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ । ପରୀକ୍ଷା ଫଳ ପ୍ରକାଶ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶଙ୍କ ସୂଚନା ଦେଇଛନ୍ତି । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ଦ୍ୱାରା ପରିଚାଳିତ ଯୁକ୍ତ ଦୁଇ ବୋର୍ଡ ପରୀକ୍ଷା ଏପ୍ରିଲ୍ ୨୮ ତାରିଖରୁ ଆରମ୍ଭ ହୋଇ ମେ ୨୮ରେ ଶେଷ ହୋଇଥିଲା ।
ସୂଚନା ମୁତାବକ, ଚଳିତ ବର୍ଷ ୩ ଲକ୍ଷ ୨୧ ହଜାର ୫୦୮ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି । କଳାରେ ୨ ଲକ୍ଷ ୧୩ ହଜାର ୪୩୨, ବିଜ୍ଞାନରେ ୭୮ ହଜାର ୭୭ ଓ ବାଣିଜ୍ୟରେ ୨୪ ହଜାର ୧୩୬ ଏବଂ ୫ ହଜାର ୮୬୩ ଜଣ ପରୀକ୍ଷାର୍ଥୀ ଧନ୍ଦାମୂଳକ ବିଷୟରେ କରୋନା କଟକଣା ମଧ୍ୟରେ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ । ଏଥିପାଇଁ ମୋଟ ୧ ହଜାର ୧୩୩ଟି ପରୀକ୍ଷା କେନ୍ଦ୍ର ଏବଂ ୨୦୨ଟି ପରିଚାଳନା ହବ୍ କରାଯାଇଥିଲା । ପରୀକ୍ଷା ପାଇଁ କେନ୍ଦ୍ରଗୁଡ଼ିକରେ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଥିଲା । ସିସିଟିଭି ନଜରରେ ପରୀକ୍ଷା କେନ୍ଦ୍ର ଥିବା ବେଳେ, ମୋବାଇଲ ବାରଣ କରାଯାଇଥିଲା ।
ଯୁକ୍ତ ଦୁଇ ପରୀକ୍ଷା ଖାତା ଦେଖା ଶେଷ ପର୍ଯ୍ୟାୟ ପହଞ୍ଚିଥିବା ସୂଚନା ମିଳିଛି । ଖୁବ୍ଶୀଘ୍ର ସିଏଚ୍ଏସ୍ଇ କର୍ତ୍ତୃପକ୍ଷର ଫଳ ପ୍ରକାଶ ପାଇଁ ତାରିଖ ଘୋଷଣା କରିବେ ।
Sign in
Sign in
Recover your password.
A password will be e-mailed to you.