ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୫ତାରିଖରେ ୪ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି । ଏହି ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ରାଷ୍ଟ୍ରପତି ଭବନରେ ଆୟୋଜିତ ‘ଆଜାଦି କା ଅମୃତ ମହୋତ୍ସବ’ର ଜାତୀୟ କମିଟି ବୈଠକ ଓ ନିତି ଆୟୋଗ ପରିଚାଳନା ପରିଷଦ ବୈଠକରେ ଯୋଗ ଦେବେ ବୋଲି ଜଣାପଡିଛି ।
ଜୁଲାଇ ୨୬ତାରିଖରେ ୪ଦିନିଆ ନୂଆଦିଲ୍ଲୀ ଗସ୍ତ ଶେଷ କରି ଫେରିଥିବା ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଆସନ୍ତା ୫ତାରିଖରେ ପୁଣିଥରେ ନୂଆଦିଲ୍ଲୀ ଯିବାର କାର୍ଯ୍ୟକ୍ରମ ରହିଛି । ୬ତାରିଖ ଅପରାହ୍ନ ସାଢେ ୪ଟାରେ ରାଷ୍ଟ୍ରପତି ଭବନର କଲଚରାଲ ସେଂଟରରେ ଅନୁଷ୍ଠିତ ହେବାକୁ ଥିବା ୭୫ତମ ସ୍ୱାଧୀନତା ଦିବସ ଉପଲକ୍ଷେ ‘ଆଜାଦି କା ଅମୃତ ମହୋତ୍ସବ’ର ଜାତୀୟ କମିଟି ବୈଠକରେ ସାମିଲ ହେବେ । ଏହି ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହାଙ୍କ ସମେତ ବିଭିନ୍ନ ରାଜ୍ୟର ରାଜ୍ୟପାଳ, ମୁଖ୍ୟମନ୍ତ୍ରୀମାନେ ସାମିଲ ହେବେ ବୋଲି ଜଣାପଡିଛି ।
୭ତାରିଖ ପୂର୍ବାହ୍ନରେ ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନ ପରିସରରେ ‘ନିତି ଆୟୋଗର ସପ୍ତମ ପରିଚାଳନା ପରିଷଦ ବୈଠକ’ ଅନୁଷ୍ଠିତ ହେବ । ଏଥିରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ସାମିଲ ହେବେ । ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ୮ତାରିଖରେ ଭୁବନେଶ୍ୱର ଫେରିବାର କାର୍ଯ୍ୟକ୍ରମ ରହିଥିବା ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ଜଣାପଡିଛି ।
Sign in
Sign in
Recover your password.
A password will be e-mailed to you.