ବୌଦ୍ଧ,୮ା୮ : ବୌଦ୍ଧଜିଲ୍ଲା ହରଭଙ୍ଗା ପଂଚାୟତ ସମିତି ସଭାଗୃହ ଠାରେ ଜ଼ିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ବୌଦ୍ଧଙ୍କ ଯୁଗ୍ମ ଜନଶୁଣାଣୀ ଓ ସମାଧାନ ଶିବିର ଆଜି ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ଭାରପ୍ରାପ୍ତ ଜ଼ିଲ୍ଲାପାଳ ବବିତାରାଣୀ ଦଳବେହେରା ଏବଂ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ରବୀନ୍ଦ୍ର କୁମାର ରାଉତ ଯୋଗଦେଇ ଲୋକଙ୍କ ଅଭିଯୋଗ ଶୁଣିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଅଶ୍ୱିନୀ କୁମାର ମେହେର, ଉପ-ଜିଲ୍ଲାପାଳ ଅଭୟ କୁମାର ଦାସ, ହରଭଙ୍ଗା ବ୍ଲକ ବିଡିଓ ଶ୍ରୀମତୀ ସ୍ମିତା ରଥ, ହରଭଙ୍ଗା ତହସିଲଦାର ଶାନ୍ତିଭୂଷଣ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ ।
ଜାତୀୟ ହସ୍ତତନ୍ତ ସପ୍ତାହ ଉପଲକ୍ଷେ ସମସ୍ତ ଅଧିକାରୀ ଏବଂ କର୍ମଚାରୀମାନେ ହାତବୁଣା ପୋଷାକ (ସମ୍ବଲପୁରୀ ) ପରିଧାନ କରିଥିଲେ । ଏହି ଶିବିରରେ ସମୁଦାୟ ୨୪ଗୋଟି ଆପତ୍ତିି ଅଭିଯୋଗ ଆସିଥିବାବେଳେ ସେଥିମଧ୍ୟରୁ ୨୧ ଗୋଟି ବ୍ୟକ୍ତିଗତ ମାମଲା ହୋଇଥିବା ବେଳେ ୩ଗୋଟି ସାମୁହିକ ଗ୍ରାମ୍ୟ ସମସ୍ୟା ସମ୍ପର୍କିତ ଆସିଥିଲା । ଅଭିଯୋଗ ଗୁଡିକ ମଧ୍ୟରୁ ୮ଗୋଟି ଅଭିଯୋଗର ତତ୍କାଳ ସମାଧାନ କରାଯାଇଥିବା ବେଳେ ୨ଗୋଟି ଅଭିଯୋଗ ସମ୍ପର୍କରେ ଅନୁଧ୍ୟାନ କରାଯାଇଥିଲା ।
Sign in
Sign in
Recover your password.
A password will be e-mailed to you.
Prev Post