ଗ୍ରାମ୍ୟ ମୁଖୀ ପ୍ରଶାସନ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ

0 77

ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ମୋହନା ବ୍ଳକର ଗରଡମା ଗ୍ରାମ ପଞ୍ଚାୟତ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣୀରେ ୨୧୩ ଗୋଟି ଅଭିଯୋଗ ଆସିଥିଲା ବେଳେ ୨୧ ଗୋଟି ଅଭିଯୋଗର ତୁରନ୍ତ ପଦକ୍ଷେପ ନିଆଯାଇ ସମାଧାନ କରାଯାଇଥିଲା । ଅନ୍ୟ ୧୯୨ ଗୋଟି ଅଭିଯୋଗ ତୁରନ୍ତ ସମାଧାନ ସକାଶେ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଏହି ଅଭିଯୋଗ ଶୁଣାଣୀରେ ଗଜପତି ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡା, ଗଜପତି ଆରକ୍ଷୀ ଅଧିକ୍ଷକ ଜୟରାମ ଶତପଥୀ, ଆଦିବାସୀ ଉନ୍ନୟନ ପ୍ରକଳ୍ପ ପ୍ରଶାସକ ଫାଲ୍‌ଗୁନୀ ମାଝୀଙ୍କ ସହ ଜିଲ୍ଲା ସ୍ତରୀୟ ଅଧିକାରୀ,ବ୍ଳକ ସ୍ତରୀୟ ଅଧିକାରୀ ଏବଂ ଜନ ପ୍ରତିନିଧିମାନେ ଉପସ୍ଥିତ ଥିଲେ । ଏହି କାର୍ଯ୍ୟକ୍ରମରେ ତହସିଲଦାରଙ୍କ ଉପସ୍ଥିତିରେ ପ୍ରକୃତ ହିତାଧିକାରୀଙ୍କୁ ଜଙ୍ଗଲ ଜମି ପଟ୍ଟା ବଣ୍ଟନ କରାଯାଇଥିଲା ।

hiranchal ad1
Leave A Reply

Your email address will not be published.

3 × 3 =